Masthead

‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବାଲେଶ୍ୱରଏଫଏମ୍ କଲେଜ ଛାତ୍ରୀ ଆତ୍ମାହୂତି ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କହିଛନ୍ତି, ବାଲେଶ୍ୱର ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି । ଏମ୍ସ ଯାଉଛି ଏବଂ ସ୍ଥିତି ଅନୁଧ୍ୟାନ କରିବି । କେଉଁ ପରିସ୍ଥିତିରେ ଏ ଘଟଣା ଘଟିଲା ତଦନ୍ତ ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ କମିଟି ଗଢ଼ା ଯାଇଛି । ରିପୋର୍ଟ ଆସିଲେ କାର୍ଯ୍ୟାନୁଷ୍ଠାନ ହେବ । ଭବିଷ୍ୟତରେ ଏଭଳି ଘଟଣାର ପୁନରାବୃତ୍ତି ନ ହେବ ସେଥିପାଇଁ ସରକାର ଯତ୍ନବାନ ହେଉଛନ୍ତି । କଲେଜ ଏବଂ ବୈଷୟିକ ଶିକ୍ଷାନୁଷ୍ଠାନଗୁଡିକରେ ରାଗିଙ୍ଗ, ଯୌନ ନିର୍ଯାତନା ନ ଘଟିବ ସେ ନେଇ ଆଗୁଆ ପଦକ୍ଷେପ ନେବାକୁ ସରକାର ନିଷ୍ପତି ନେଉଛନ୍ତି ।

ବାଲେଶ୍ଵର ଛାତ୍ରୀ ଆତ୍ମାହୁତି ଘଟଣାରେ ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଛାତ୍ରୀଙ୍କୁ ନ୍ୟାୟ ଦେବାକୁ ଦାବି କଲେ ବିରୋଧୀ ଦଳ ନେତା  । କଲେଜ ଅଧ୍ୟକ୍ଷଙ୍କଠାରୁ ଆରମ୍ଭ କରି ଉଚ୍ଚଶିକ୍ଷା ମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ ପର୍ଯ୍ୟନ୍ତ ବାରମ୍ବାର ତାଙ୍କ ଅଭିଯୋଗ ଜଣାଇବା ସତ୍ତ୍ୱେ ତାଙ୍କୁ ନ୍ୟାୟ ପାଇବାରୁ ବଞ୍ଚିତ ଥିଲେ ଛାତ୍ରୀ । ଏହାସହ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବା ସହ ଆରୋଗ୍ୟ କାମନା କରିଛନ୍ତି ନବୀନ  ।  ସୋସିଆଲ ମିଡ଼ିଆ ଆକାଉଣ୍ଟ ଏକ୍ସରେ ଛାତ୍ରୀଙ୍କ ଆଶୁ ଆରୋଗ୍ୟ କାମନା କଲେ ନବୀନ ପଟ୍ଟନାୟକ ।

ସେପଟେ ଏମ୍ସ ବର୍ଣ୍ଣ ୱାର୍ଡରେ ଜୀବନ ସହ ସଂଘର୍ଷ କରୁଛନ୍ତି ପୀଡ଼ିତା । ତାଙ୍କ ଶରୀରର ୯୫ ପ୍ରତିଶତ ପୋଡ଼ିଯାଇଛି । ଛାତ୍ରୀ ଜଣକ ଅତି ସଙ୍କଟାପନ୍ନ ଅବସ୍ଥାରେ ଥିବା ଏମ୍ସ ନିର୍ଦ୍ଦେଶକ ଡାକ୍ତର ଆଶୁତୋଷ ବିଶ୍ବାସ ସୂଚନା ଦେଇଛନ୍ତି । ଫକୀରମୋହନ କଲେଜରେ ଛାତ୍ରୀ ଦେହରେ ନିଆଁ ଲଗାଇଦେବା ଘଟଣାକୁ ନେଇ ସାରା ରାଜ୍ୟରେ ଅସନ୍ତୋଷ ବଢ଼ିଛି । କାହିଁକି ଓ କେଉଁ ପରିସ୍ଥିତିରେ ଛାତ୍ରୀ ଜଣକ ଆତ୍ମହତ୍ୟା ଉଦ୍ୟମ କଲେ, ତାର ତଦନ୍ତ ହେବ । ଏଥିପାଇଁ ୩ ଜଣିଆ କମିଟି ଗଠନ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ; ୩ ଶ୍ରମିକ ମୃତ 🔴 ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ 🔴 ବିହାର ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା 🔴 କଟକ ସହରରେ କର୍ଫ୍ୟୁ 🔴 ୨୦ ଜିଲ୍ଲାକୁ ସତର୍କ 🔴 ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ; ୩ ଶ୍ରମିକ ମୃତ 🔴 ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ 🔴 ବିହାର ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା 🔴 କଟକ ସହରରେ କର୍ଫ୍ୟୁ 🔴 ୨୦ ଜିଲ୍ଲାକୁ ସତର୍କ