୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଯୋଡ଼ା ଲଘୁଚାପର ପ୍ରଭାବ । ରାଜ୍ୟରେ ଜାରି ରହିଛି ବର୍ଷା । ଆଜି ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ସହ ୯ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ଆସନ୍ତା ୧୭ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।

ପାଗ ଉପରେ ନଜର ରଖିବା ଏବଂ ବଜ୍ରପାତରୁ ନିଜକୁ ରକ୍ଷା କରିବା ପାଇଁ ସୁରକ୍ଷିତ ସ୍ଥାନକୁ ଯିବାକୁ ପ୍ରସ୍ତୁତ ରହିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଅନୁଗୁଳ, ଢେଙ୍କାନାଳ, କଟକ, ନୟାଗଡ଼, ବୌଦ୍ଧ, ସୋନପୁର, ଦେବଗଡ଼, ବଲାଙ୍ଗୀର, କନ୍ଧମାଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି ।

୧୫ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁରରେ ଭାରି ବର୍ଷା ହୋଇପାରେ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୧୬ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରରେ ଅଧିକ ବର୍ଷା ସମ୍ଭାବନା ଅଛି । ୧୭, ୧୮ ଓ ୧୯ ତାରିଖରେ ମଧ୍ୟ କିଛି ସ୍ଥାନରେ ଅଧିକ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ୧୩ରୁ ୧୯ ତାରିଖ ଯାଏ ରାଜ୍ୟର ବିକ୍ଷିପ୍ତ ଅଞ୍ଚଳରେ ପ୍ରବଳ ବର୍ଷା ହେବ ବୋଲି ଆଇଏମ୍‌ଡି ଆକଳନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ