ପରିବା ମାର୍କେଟରେ ଲାଗିଲା ନିଆଁ

ପାରାଦୀପ (ବଡ଼ ଖବର ବ୍ୟୁରୋ): ପାରାଦୀପ ପରିବା ମାର୍କେଟରେ ଲାଗିଲା ନିଆଁ । ନିଆଁ ଲାଗି ୬ରୁ ଅଧିକ ଦୋକାନ ସଂପୂର୍ଣ୍ଣ ପୋଡି ପାଉଁଶ ହୋଇଯାଇଛି। ଖବର ପାଇ ପାରାଦୀପ ସିଆଇଏସଏଫ୍ ଅଗ୍ନିଶମ ବିଭାଗ ଓ କୁଜଙ୍ଗ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ କରିଛନ୍ତି । ଗତକାଲି ବିଳମ୍ବିତ ରାତ୍ରି ପାଖାପାଖି ୩ ଟା ସୁଦ୍ଧା ଏହି ଘଟଣା ଘଟିଛି। ଏଥିରେ ଲକ୍ଷାଧିକ ଟଙ୍କାର ପନିପରିବା ସହିତ ଅନ୍ୟାନ୍ୟ ଆସବାବପତ୍ର ପୋଡି ନଷ୍ଟ ହୋଇଯାଇଛି।

ପାରାଦୀପ ବନ୍ଦର ତରଫରୁ ପରିବା ଦୋକାନ ପାଇଁ ଅସ୍ଥାୟୀ ପିଣ୍ଡି ଯୋଗାଇ ଦିଆ ଯାଇଥିବା ବେଳେ ପ୍ରତ୍ୟେକ ବ୍ୟବସାୟୀ ପଲିଥିନ ଓ ପାଲ ବାନ୍ଧି ପରିବା ବ୍ୟବସାୟ କରିଥାନ୍ତି। ତେବେ ଗତକାଲି କୌଣସି କାରଣରୁ ପଲିଥିନ ପାଲରେ ନିଆଁ ଲାଗି ୬ରୁ ଉର୍ଦ୍ଧ୍ବ ଦୋକାନ ପୋଡ଼ି ପାଉଁଶ ହୋଇଯାଇଛି। ତେବେ ଅସ୍ଥାୟୀ ପରିବା ଦୋକାନ ପିଣ୍ଡି ରେ କୌଣସି ବିଦ୍ୟୁତ ସଂଯୋଗ ନଥିବା ବେଳେ କେଉଁ କାରଣରୁ ନିଆଁ ଲାଗଛି ତାହା ସ୍ପଷ୍ଟ ହୋଇ ପାରିନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’