ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପାଠ ପଢ଼ିବ, ନିଜ ଭବିଷ୍ୟତ ଗଢ଼ିବ। ନିଜ ଗୋଡ଼ରେ ଛିଡ଼ା ହେବାକୁ ଝିଅଟି ଦେଖିଥିଲା ସୁନେଲି ସ୍ବପ୍ନ। ହେଲେ ସବୁ କିଛି ଛାରଖାର ହୋଇଗଲା। ଆଜି ଝିଅ ନୁହେଁ ଫେରୁଛି ତା’ ମୃତଦେହ। ପରିବାର ସଦସ୍ୟଙ୍କ ସମେତ ଗାଁ ଲୋକଙ୍କ ଆଖିରୁ ଶୁଖୁନି ଲୁହ। ଜୀବନ ମରଣ ସହ ସଂଘର୍ଷ ପରେ ଗତକାଲି ରାତିରେ ଆଖି ବୁଜିଛନ୍ତି ପିଡ଼ିତା । ବାଲେଶ୍ୱର ଏଫଏମ କଲେଜ କତୃପକ୍ଷଙ୍କ ନିର୍ଯାତନାର ଶିକାର ହେବା ପରେ ଶନିବାର ଦେହରେ ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ କରିଥିଲେ ଛାତ୍ରୀ ।

ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ବାଲେଶ୍ବର ଓ ପରେ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ସଙ୍କଟପୂର୍ଣ୍ଣ ଅବସ୍ଥାରେ ଏମ୍ସ ଭୁବନେଶ୍ୱରରେ ତାଙ୍କର ଚିକିତ୍ସା ଚାଲିଥିଲା । ତାଙ୍କ ଶରୀରର ୯୦ରୁ ୯୫ ପ୍ରତିଶତ ଅଂଶ ପୋଡିଯାଇଥିଲା । ୯୮ ପ୍ରତିଶତ ଭେଣ୍ଟିଲେଟର ସହାୟତାରେ ତାଙ୍କର ଚିକିତ୍ସା ଚାଲିଥିଲା ।

ଏମ୍ସର ୧୦ଜଣିଆ ଡାକ୍ତରୀ ଦଳ ଚିକିତ୍ସା କରୁଥିଲେ ବି ଏପର୍ୟ୍ୟନ୍ତ ଛାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥାରେ କିଛି ଉନ୍ନତି ଆସିନଥିଲା । ଛାତ୍ରୀଙ୍କ ଫୁସଫୁସ ଓ କିଡନୀ ପ୍ରଭାବିତ ହୋଇଥିଲା । ତେବେ ଛାତ୍ରୀଙ୍କ ମୃତ୍ୟୁ ପରେ ବିଳମ୍ବିତ ରାତିରେ ମୃତଦେହର ବ୍ୟବଚ୍ଛେଦ କରାଯାଇଥିଲା । ବ୍ୟବଚ୍ଛେଦ ପରେ ଆମ୍ବୁଲାନ୍ସ ଯୋଗେ ଛାତ୍ରୀଙ୍କ ମୃତଦେହକୁ ତାଙ୍କ ନିଜ ଘର ବାଲେଶ୍ବର ଭୋଗରାଇ ଅଞ୍ଚଳକୁ ନିଆଯାଇଛି । ସେଠାରେ ତାଙ୍କ ଶେଷକୃତ୍ୟୁ ସମ୍ପନ୍ନ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ