Masthead

ସୌମ୍ୟାଶ୍ରୀ ମୃତ୍ୟୁ ମାମଲା, ବିଜେଡି ପକ୍ଷରୁ ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): FM କଲେଜ ଛାତ୍ରୀ ମୃତ୍ୟୁ ମାମଲା । ଆଜି ବିଜେଡି ପକ୍ଷରୁ ବାଲେଶ୍ୱର ବନ୍ଦ ଡାକରା । ସକାଳ ୬ଟାରୁ ଅପରାହ୍‌ଣ ୨ଟା ଯାଏଁ ବନ୍ଦ ପାଳୁଛି ବିଜେଡି । ପୀଡ଼ିତାଙ୍କୁ ନ୍ୟାୟ ଓ ମାମଲାର ନ୍ୟାୟିକ ତଦନ୍ତ ଦାବି ବନ୍ଦ ପାଳନ । ଦୋକାନ ବଜାର, ସରକାରୀ ଅଫିସ ଓ ବେସରକାରୀ ଅନୁଷ୍ଠାନ ବନ୍ଦ । ସେପଟେ ଆଜି ଭୁବନେଶ୍ବରରେ ବି ଲୋକସେବା ଭବନ ଘେରିବ ବିଜେଡି । ଏଥିପାଇଁ ସବୁ କର୍ମଚାରୀଙ୍କୁ ସାଢ଼େ ୯ଟା ସୁଦ୍ଧା ଅଫିସ ପହଞ୍ଚିବାକୁ ନିର୍ଦ୍ଦେଶ ଦିଆଯାଇଛି। ଲୋକସେବା ଭବନ ଓ ଆଖପାଖ ଅଫିସ୍‌ରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ସାଢ଼େ ୯ଟାରୁ ଲୋକସେବା ଭବନ ସମ୍ମୁଖ ଗେଟ ବନ୍ଦ ହେବ। ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ମାମଲାରେ ବିରୋଧୀ ଦଳଗୁଡ଼ିକ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଘେରିବାରେ ଲାଗିଛନ୍ତି। ସୋମବାର ବିଳମ୍ବିତ ରାତିରେ ପୀଡ଼ିତା ଛାତ୍ରୀ ଆଖି ବୁଜି ଦେଇଥିବା ଘୋଷଣା କରାଯିବା ପରଠୁ ଏହି ପ୍ରସଙ୍ଗରେ ରାଜନୀତି ଜୋର ଧରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ