Masthead

ବିସ୍ଫୋରକ ଭର୍ତ୍ତି ଗାଡ଼ି ଜବତ

ସୋରୋ (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଅଲ୍ଲିପୁର ଛକ ନିକଟରୁ ବିପୁଳ ପରିମାଣର ବିସ୍ପୋରକ ଜବତ । ପିକଅପ ଭ୍ୟାନ କଟକରୁ ବାଲେଶ୍ୱର ଅଭିମୁଖେ ଯାଉଥିବା ବେଳେ ଏକ ଅଜଣା ଗାଡିକୁ ଧକ୍କା ଦେଇଥିଲା । ସ୍ଥାନୀୟ ଲୋକେ ଦୁର୍ଘଟଣାଗ୍ରସ୍ତ ପିକଅପରେ ବିସ୍ଫୋରକ ଥିବା ଜାଣିବାକୁ ପାଇଥିଲେ ।

ଯାହାକୁ ନେଇ ହାଇୱେ ପୋଲିସକୁ ଖବର ଦେଇଥିଲେ । ପରେ ହାଇୱେ ପୋଲିସ ପିକଅପଟିକୁ ଜବତ କରି ସୋର ପୋଲିସକୁ ହସ୍ତାନ୍ତର କରିଛି । ଜବତ ପିକଅପଟି ଏକ ଅଜଣା ଟ୍ରକ ପଛକୁ ଧକ୍କା ଦେଇଥିଲା । ଦୁର୍ଘଟଣା ପରେ ପିକଅପ ଡ୍ରାଇଭର ଫେରାର ହୋଇଯାଇଛି । ଘଟଣାସ୍ଥଳରେ ପୋଲିସ ତଦନ୍ତ କରୁଛି । ଉକ୍ତ ବିସ୍ପୋରକ ଗାଡିଟି ବାଗୁଡି ପଥର ଖଦାନକୁ ଯାଉଥିବା ବିଶେଷ ସୂତ୍ରରୁ ଜଣାପଡ଼ିଛି । ପ୍ରଶାସନ ନିରବ ଦ୍ରଷ୍ଟା ସାଜିଥିବା ବେଳେ ଏହି ବିସ୍ପୋରକ ବ୍ୟବହାର କରି ମାଫିଆ ମାନେ ବନ୍ଦ ଥିବା ଖଦାନରୁ କୋଟି କୋଟି ଟଙ୍କାର ପଥର ଲୁଟ୍‌ କରୁଥିବା ଅଭିଯୋଗ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା