Masthead

ଆଜିଠୁ ସଂସଦର ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ଆରମ୍ଭ ହେବ ସଂସଦର ମୌସୁମୀ ଅଧିବେଶନ । ଅଗଷ୍ଟ ୨୧ ତାରିଖ ପର୍ୟ୍ୟନ୍ତ ଚାଲିବ ଗୃହ କାର୍ୟ୍ୟ । ମୌସୁମୀ ଅଧିବେଶନରେ ରହିବ ମୋଟ ୨୧ଟି କାର୍ୟ୍ୟଦିବସ । ୧୫ଟି ବିଧେୟକକୁ ଗୃହିତ କରିବାକୁ ଯୋଜନା । ଆସିପାରେ ଟାକ୍ସେସନ୍, ସିପିଂ, ଆଣ୍ଟି ଡୋପିଂ ବିଲ୍ । ସେପଟେ ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବେ ପାଇଁ ସଜବାଜ ହେଲେଣି ବିରୋଧୀ । ପହଲଗାମ୍ ଆତଙ୍କବାଦୀ ଆକ୍ରମଣ ଓ ‘ଅପରେସନ ସିନ୍ଦୂର’ ପରେ ଏହା ସଂସଦର ପ୍ରଥମ ଅଧିବେଶନ ହେବ ।

ବିରୋଧୀ ଦଳଗୁଡ଼ିକ, ବିଶେଷକରି କଂଗ୍ରେସ ଓ ଇଣ୍ଡିଆ ଗଠବନ୍ଧନ ଏହି ଅଧିବେଶନରେ ଅପରେସନ ସିନ୍ଦୂର ଓ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଯୁଦ୍ଧବିରତି ମଧ୍ୟସ୍ଥତା ଦାବି ଉପରେ ସରକାରଙ୍କୁ ପ୍ରଶ୍ନ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାଛଡ଼ା କଂଗ୍ରେସ ଓଡ଼ିଶାର ଗୋପାଳପୁର ଗଣଦୁଷ୍କର୍ମ ଓ ବାଲେଶ୍ୱର ଫକୀରମୋହନ କଲେଜ ପ୍ରସଙ୍ଗ ଉଠାଇପାରେ । କେନ୍ଦ୍ରମନ୍ତ୍ରୀ କିରଣ ରିଜଜୁ କହିଛନ୍ତି, ସରକାର ସବୁ ପ୍ରସଙ୍ଗରେ ଆଲୋଚନା ପାଇଁ ପ୍ରସ୍ତୁତ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ