୨୩ରୁ ପ୍ରବଳ ବର୍ଷା!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୩ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା । ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା । ଏହା ପ୍ରଭାବରେ ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୨୩ରୁ ୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୨୩ରେ କଟକ ଓ ନୟାଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ, ଗଞ୍ଜାମ, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଖୋର୍ଦ୍ଧା ଓ ବୌଦ୍ଧରେ ପ୍ରବଳ ବର୍ଷା ହୋଇପାରେ । ୨୪ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, ଅନୁଗୁଳ ଓ ଢେଙ୍କାନାଳରେ ପ୍ରବଳ ବର୍ଷା ଆଶଙ୍କା ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’