Masthead

ଦିଲ୍ଲୀ ଗଲେ ମନମୋହନ, ମନ୍ତ୍ରିମଣ୍ଡଳ ଲିଷ୍ଟ ଫାଇନାଲ!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଖୁବଶୀଘ୍ର ରାଜ୍ୟରେ ହୋଇପାରେ ମନ୍ତ୍ରିମଣ୍ଡଳ ଅଦଳବଦଳ । ଦିଲ୍ଲୀ ଗଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ସଂଗଠନ ସମ୍ପାଦକ ମାନସ ମହାନ୍ତି । ବିଜେପିର କେନ୍ଦ୍ରୀୟ ଶୀର୍ଷ ନେତୃତ୍ୱଙ୍କୁ ଭେଟିବାର ରହିଛି କାଯ୍ୟ ର୍କ୍ରମ । ଓଡିଶାରେ ବଢିଲା ଚର୍ଚ୍ଚା । ରାଜ୍ୟରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ଗତକାଲି ରାଜ୍ୟପାଳଙ୍କୁ ଭେଟିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଭେଟଘାଟ ପଛରେ କିଛି ବଡ ବାର୍ତ୍ତା ରହିଛି ବୋଲି କୁହାଯାଉଛି।

ଯଦିଓ ଏହାକୁ ଏକ ସୗଜନ୍ୟମୂଳକ ସାକ୍ଷାତ ବୋଲି କୁହାଯାଇଛି ତେବେ ସାମ୍ପ୍ରତିକ ରାଜନୖତିକ ପରିସ୍ଥିତିରେ ଏହି ସାକ୍ଷାତ ଅନେକ ଗୁରୁତ୍ବ ବହନ କରୁଛି। ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ଏ ଆଲୋଚନା ହୋଇପାରେ ବୋଲି ରାଜନୈତିକ ସମୀକ୍ଷକ ଅନୁମାନ କରୁଛନ୍ତି। ଏବେ ରାଜ୍ୟ ମନ୍ତ୍ରିମଣ୍ଡଳରେ ୬ଟି ମନ୍ତ୍ରୀ ପଦ ଖାଲି ପଡିଛି, ତେଣୁ ଏ ପ୍ରସଙ୍ଗରେ ହୁଏତ ଉଭୟ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳଙ୍କ ମଧ୍ୟରେ ଆଲୋଚନା ହୋଇଥାଇପାରେ। ନିକଟରେ ଉଭୟ ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ବିଜେପି ସଭାପତି ଦିଲ୍ଲୀ ଗସ୍ତରେ ଯାଇଥିଲେ।

ସେଠାରେ ସବିଶେଷ ଆଲୋଚନା ହୋଇଥାଇପାରେ। ଅନେକ ଦିନ ଧରି ମୋହନଙ୍କ ମନ୍ତ୍ରୀମଣ୍ଡଳ ସଂପ୍ରସାରଣ ନେଇ ଚର୍ଚ୍ଚା ହୋଇଆସୁଛି । ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇବାକୁ ନେତା ଅନାଇବସିଛନ୍ତି । ବିଜେପି ସରକାରର ପ୍ରଥମ ବର୍ଷରେ ବିବାଦୀୟ ହୋଇ କିଛି ମନ୍ତ୍ରୀ ବାହାର ରାସ୍ତା ଦେଖିପାରନ୍ତି ବୋଲି ଆଶଙ୍କାରେ ଅଛନ୍ତି । ତେବେ ରାଜ୍ୟର ସାଂପ୍ରତିକ ରାଜନୈତିକ ସ୍ଥିତି ଓ ଆଇନଶୃଙ୍ଖଳା ପରିସ୍ଥିତି ନେଇ ମଧ୍ୟ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ହୋଇଥାଇପାରେ ବୋଲି କଳ୍ପନାଜଳ୍ପନା ଚାଲିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା