Masthead

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଆଗାମୀ ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବ । ଲଘୁଚାପ ଅଧିକ ଘନିଭୂତ ହେବା ପାଇଁ ପାଗ ଅନୁକୂଳ । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ବୁଧବାରଠାରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିବା ବେଳେ ୨୮ ତାରିଖ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଜି କାଳ ସାଢେ ୮ଟା ଯାଏଁ ରାଜ୍ୟର ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ସକାଳ ସାଢ଼େ ୮ଟାରୁ ଆସନ୍ତାକାଲି ପାଇଁ ଯାଏଁ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଓ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଲଘୁଚାପ ପ୍ରଭାବରେ ଆସନ୍ତାକାଲିଠାରୁ ବର୍ଷାର ପରିମାଣ ବଢିବ । ୨୫ ତାରିଖ ପାଇଁ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍‌ ଆଲର୍ଟ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁକ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ