Masthead

ଆଦିବାସୀଙ୍କ ବିକାଶ ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମ

ଆଦିବାସୀମାନଙ୍କ ବିଭିନ୍ନ ସମସ୍ୟ ଓ ସାମୂହିକ ବିକାଶ ପାଇଁ ଲୋକସଭା ଭବନରେ ପ୍ରସ୍ତାବ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିଛନ୍ତି ଆଦୀବାସି ମହାସଘଂର କର୍ମକର୍ତ୍ତା । ଲୋକସଭା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଆଦୀବାସି ମହାସଂଘର କର୍ମକର୍ତ୍ତା ଏବଂ ସଦସ୍ୟମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଦିବାସୀମାନଙ୍କ ବିଭିନ୍ନ ସମସ୍ୟ ଓ ସାମୂହିକ ବିକାଶ ପାଇଁ ପ୍ରସ୍ତାବ ରଖିଛନ୍ତି । ବୌଠକରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଦିବାସୀମାନଙ୍କର ସର୍ବଙ୍ଗୀନ ବିକାଶରେ ସରକାରଙ୍କର ପ୍ରଥମିକତା ରହିଛି । ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିବା ୪ଟି ବର୍ଗଙ୍କ ମଧ୍ୟରେ ଭାରତରେ ପ୍ରଥମରେ ଥିବା ଗରିବଙ୍କ ଭିତରେ ଆଦିବାସୀ ସମ୍ପ୍ରଦାୟ ଅଛନ୍ତି । ପ୍ରଧାନମନ୍ତ୍ରୀ ଆଦିବାସୀଙ୍କ କଲ୍ୟାଣ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରୁଛି । ଓଡ଼ିଶାରେ ଅନେକ ସରକାରୀ ଯୋଜନା କାର୍ଯ୍ୟ କରିବା ସହ ଜୀବନ ଜୀବିକା, ଶିକ୍ଷାର ବିକାଶ ସହ ସାମଗ୍ରିକ ବିକାଶ ପାଇଁ ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଦିବାସୀ ସମାଜରୁ କୁସଂସ୍କାର ଦୂର କରିବା ସହ ଆଲୋଚନା ମାଧ୍ୟମରେ ସବୁ ସମସ୍ୟାର ସମାଧାନ ହେବ ବୋଲି କହିଥିଲେ ।

ଆଦୀବାସି ମାନଙ୍କର ସର୍ବାଙ୍ଗିନ ବିକାଶ ପାଇଁ ରାଜ୍ୟରେ ବିଭିନ୍ନ ଯୋଜନା କାର୍ଯ୍ୟ କରୁଛି । ଆଦିବାସୀ ଛାତ୍ରଛାତ୍ରୀ ମାନଙ୍କ ଶିକ୍ଷାର ବିକାଶ ପାଇଁ ନବମ ଓ ଦଶମ ଶ୍ରେଣୀର ପିଲାଙ୍କୁ ପ୍ରି-ମାଟ୍ରିକ୍ ବୃତ୍ତି ଏବଂ ଉଚ୍ଚ ଶିକ୍ଷା ପାଇଁ ଆର୍ଥିକ ସହାୟତା ମଧ୍ୟ ପ୍ରଦାନ କରାଯାଉଛି । ପ୍ରଧାନମନ୍ତ୍ରୀ ଜନଜାତି ବିକାଶ ମିଶନ୍ ଯୋଜନା, ପ୍ରଧାନମନ୍ତ୍ରୀ ବନବଦ୍ଧୁ କଲ୍ୟାଣ ଯୋଜନା, ପ୍ରଧାନ୍ତ୍ରୀ ଆଦି ଆଦର୍ଶ ଗ୍ରାମ ଯୋଜନା, ଉତ୍ତର ପୂର୍ବ ଜନଜାତି ଉତ୍ପାଦର ପ୍ରଜାର ପାଇଁ ମାର୍କେଟି ବିକାଶ ଯୋଜନା ଭଳି ଅନେକ ଯୋଜନା କାର୍ଯ୍ୟ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ