Masthead

ସଫେଇ କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି

ସଫେଇ କର୍ମଚାରୀଙ୍କ ପାଇଁ ବଡ଼ ଭେଟି, ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସଫେଇ କର୍ମଚାରୀଙ୍କ ପାଇଁ ବଡ଼ ଭେଟି, ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲୋକସଭା ଭବନରେ ‘ଗରିମା’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସଫେଇ କର୍ମଚାରୀମାନଙ୍କ ପାଇଁ ଅନେକ ସହାୟତା ରାଶି ଘୋଷଣା କରିଛନ୍ତି । ମୋହନ ମାଝୀ କହିଛନ୍ତି ଯେ ଏଣିକି ସଫେଇ କର୍ମଚାରୀଙ୍କୁ ମିଳିବ ୧୦ ଲକ୍ଷ ଟଙ୍କାର ଜୀବନ ବୀମା ସହାୟତା ।

ଏଥିସହ ସଫାଇ କର୍ମଚାରୀଙ୍କୁ ସରକାରଙ୍କ ତରଫରୁ ମୋବାଇଲ ଦିଆଯିବ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଘୋଷଣା ଅନୁସାରେ ସବୁ ସୁରକ୍ଷା ସତ୍ତେ ଯଦି କୌଣସି ସଫେଇ କର୍ମଚାରୀଙ୍କର ମୃତ୍ୟୁ ଘଟେ ତେବେ ତାଙ୍କର ପରିବାରକୁ ୩୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯିବ । ସେ ଆହୁରି ମଧ୍ୟ ଘୋଷଣା କରିଛନ୍ତି ଯେ ସରକାରୀ ପିଏମ ଆବାସ ଯୋଜନାରେ ସଫେଇ କର୍ମଚାରୀମାନଙ୍କୁ କୋଠା ଘର ମଧ୍ୟ ପ୍ରଦାନ କରାଯିବ ।

ଗତକାଲି ମୁଖ୍ୟମନ୍ତ୍ରୀ ଟେକ୍ସଟାଇଲ ଶିଳ୍ପରେ କାର୍ଯ୍ୟରତ ଥିବା କର୍ମଚାରୀଙ୍କ ଭର୍ତ୍ତା ୧ ହଚାର ଟଙ୍କାକୁ ବୃଦ୍ଧି କରିବା ସହିତ ସଫେଇ କର୍ମଚାରୀଙ୍କ ଦରମା ବୃଦ୍ଧି କରିଛନ୍ତି । ସଫେଇ କର୍ମଚାରୀ ମହିଳା ମାନେ ମାସକୁ ୬ ହଜାର ଟଙ୍କା ବଦଳରେ ୭ହଜାର ଟଙ୍କା ପାଇବେ ଏବଂ ପୁରୁଷ କର୍ମଚାରୀମାନଙ୍କୁ ୫ ହଜାର ବଦଳରେ ୬ ହଜାର ଟଙ୍କାକୁ ବୃଦ୍ଧି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା