Masthead

ଆସୁଛି ବଡ ବନ୍ୟା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସୁଛି ବଡ ବନ୍ୟା । ବିପଦ ସଙ୍କେତ ଉପରେ ଜଳକା । ମଥାନୀଠାରେ ୬.୭୨ ମିଟର ଉପରେ ବହୁଛି । ଜଳବନ୍ଦୀ ୮ ପଞ୍ଚାୟତର ୩୦ରୁ ଅଧିକ ଗାଁ । ବସ୍ତା ବ୍ଲକର ୮ ଓ ସଦର ବ୍ଲକର ୨ଟି ପଞ୍ଚାୟତ ପ୍ରଭାବିତ । ୨୦୦ରୁ ଅଧିକ ଲୋକଙ୍କୁ ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରାଯାଇଛି । ସୁବର୍ଣ୍ଣରେଖା ନଦୀର ଜଳସ୍ତର ବଢିବାରେ ଲାଗିଛି । ଜଳକା ନଦୀର ଜଳସ୍ତର ବି ବିପଦ ସଙ୍କେତ ଅତିକ୍ରମ କରିଛି । ବାଲିଆପାଳ, ଭୋଗରାଇ ଓ ଜଳେଶ୍ୱର ଅଞ୍ଚଳ ଏବେ ପାଣି ଘେରରେ ।

ରାଜଘାଟରେ ବିପଦ ସଙ୍କେତ ଉପରେ ସୁବର୍ଣ୍ଣରେଖା । ସେପଟେ ଝାଡ଼ଖଣ୍ଡ ଗାଲଡିହି ଖୋଲିଛି ୧୩ ଗେଟ । ନିଷ୍କାସିତ ହେଉଥିବା ବନ୍ୟାଜଳ ଆଜି ସକାଳ ୧୦ଟାରେ ରାଜଘାଟ ଅତିକ୍ରମ କରିବ । ଯାହାଫଳରେ ସୁବର୍ଣ୍ଣରେଖାର ତଳିଆ ଅଂଚଳରେ ଆଜି ଆହୁରି ପାଣି ପଶିବ। ପୂର୍ବ ବନ୍ୟା ଅପେକ୍ଷା ଏଥର ସୁବର୍ଣ୍ଣରେଖା ଦେଖାଇବ ଭୟଙ୍କର ରୂପ । ବନ୍ୟା ସ୍ଥିତିକୁ ମୁକାବିଲା ପାଇଁ ରତିଅଧିରେ ବୈଠକ କଲେ ବାଲେଶ୍ବର ଜିଲ୍ଲାପାଳ ।

ତଳିଆ ଲୋକେ ହେଲେଣି ଛାନିଆ । ସେହିପରି ବୈତରଣୀ ବେସିନ ଆଖୁଆପଦାରେ ବିପଦ ସଂକେତ ଉପରେ ଅଛି । ବଡ ବନ୍ୟା ଆଶଙ୍କାକୁ ନଜରରେ ରଖି ବାଲେଶ୍ବର, ଭଦ୍ରକ, ଯାଜପୁର ଓ ମୟୂରଭଞ୍ଜ ଜିଲ୍ଲାପାଳଙ୍କୁ ସତର୍କ କରିଛନ୍ତି ସରକାର । ତେବେ ମହାନଦୀ ଓ ବ୍ରାହ୍ମଣୀରେ ବନ୍ୟା ଆଶଙ୍କା ନଥିବା ସ୍ପଷ୍ଟ କରିଛନ୍ତି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା