Masthead

ଆସନ୍ତା ୨ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା

ଆସନ୍ତା ୪୮ ଘଣ୍ଟା ଯାଏ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ।

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଠାରୁ ଦୁଇ ଦିନ ଯାଏ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା । ଆଇଏମଡ଼ିର ସୂଚନା ଅନୁସାରେ ଦକ୍ଷିଣ ବାଂଲାଦେଶରେ ଏକ ସକ୍ରିୟ ଘୂର୍ଣ୍ଣିବଳୟ ଯୋଗୁଁ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପୂର୍ବାନୂମାନ କରାଯାଇଛି । ଏହି ଘୂର୍ଣ୍ଣିବଳୟ ଯୋଗୁଁ ରାଜ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବା ସହ ବଜ୍ରପାତ ସହ ଘଣ୍ଟାପ୍ରତି ୩୦-୩୫ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ।

କେନ୍ଦୁଝର, ନୂଆପଡ଼ା, ମୟୂରଭଞ୍ଜ, କଳାହାଣ୍ଡି ଏବଂ ବଲାଙ୍ଗିର ଏହି ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥି ସହ ଉପକୂଳ ଓଡ଼ିଶାର ୧୫ଟି ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ସହ ପବନ ବହିବାର ସମ୍ଭାବନା ରହିଛି । ପ୍ରତିକୂଳ ପରିସ୍ଥିତିକୁ ଦୃଷ୍ଟିରେ ରଖି ତଳିଆ ଅଞ୍ଚଳର ବାସିନ୍ଦା ମାନଙ୍କୁ ସତର୍କ ରହିବାକୁ ସୂଚନା ଦେବ ସହ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ