Masthead

ଅଗଷ୍ଟ ପହିଲାରେ ରାଜ୍ୟ କ୍ୟାବିନେଟ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ୬ଟି ବିଭାଗର ୭ଟିରୁ ଉଦ୍ଧ୍ୱର୍ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର । ଅଗଷ୍ଟ ୧ରେ ଲୋକସଭା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟାରେ ଅନୁଷ୍ଠିତ ହେବ ଏହି ବୈଠକ । ଏହି ରାଜ୍ୟ କ୍ୟାବିନେଟ୍ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିବ ମୋହର । ସେଥିମଧ୍ୟରେ ରାଜ୍ୟର ରାଜସ୍ୱ ନୀତିରେ କେତେକ ସଂଶୋଧନ ସହ ଶିକ୍ଷା, ସ୍ୱାସ୍ଥ୍ୟ ଭଳି ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବମାନ ରହିଛି ।

ଇତିମଧ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟ କ୍ୟାବିନେଟ୍ର ୨୨ଟି ବୈଠକ ଅନୁଷ୍ଠିତ ହୋଥସାରିଲାଣି । ସେଥିରେ ରାଜ୍ୟର ଶିକ୍ଷା, ସ୍ୱାସ୍ଥ୍ୟ, ମହିଳା ଓ ଚାଷୀଙ୍କ ବିକାଶ ସହିତ ସରକାରି କର୍ମଚାରୀଙ୍କ ବିଭିନ୍ନ କ୍ୟାଡର ସଂଶୋଧନ ନିୟମ ଅଣାଯାଇଛି । ତେବେ ସରକାରଙ୍କର ଏହି ପ୍ରୟାସ ୨୦୩୬ ସୁଦ୍ଧା ଓଡ଼ିଶାକୁ ଏକ ବିକଶିତ ରାଜ୍ୟରେ ପରଗିଣତ କରିବା ଦିଗରେ ପାଦେ ଆଗେଇ ନେବ । ବିକଶିତ ଓଡ଼ିଶାର ସ୍ୱପ୍ନକୁ ଧିରେ ଧିରେ ଶାକାର କରୁଛି ଡ଼ବଲ ଇଞ୍ଜିନ୍ ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ