Masthead

୯ ତାରିଖ  ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ୬ ତାରିଖରୁ ରାଜ୍ୟରେ ବର୍ଷା ବଢ଼ିବ ।  କେନ୍ଦୁଝର, ମୟୂରଭଞ୍ଜ, ଗଜପତି,  ଗଞ୍ଜାମ ଓ ରାୟଗଡ଼ାରେ ପ୍ରବଳ  ବର୍ଷା ହେବାର ସମ୍ଭାବନା ଅଛି ।  ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ  ଓଡ଼ିଶାରେ ବି ଘଡ଼ଘଡ଼ି ସହ ବର୍ଷା  ହୋଇପାରେ ।  ୬ରେ ବାଲେଶ୍ୱର,  ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,  କଟକ, ଜଗତସିଂହପୁର, ପୁରୀ,  ଖୋର୍ଦ୍ଧା, ସମେତ ପଶ୍ଚିମ ଓଡ଼ିଶା ଓ  ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

୭ ତାରିଖରେ  କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଗଜପତି, ଗଞ୍ଜାମ,  ରାୟଗଡ଼ା, କୋରାପୁଟରେ ଅଧିକ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଆସନ୍ତା ୭ ତାରିଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ଓ ଉତ୍ତର  ଓଡ଼ିଶା ଉପରେ ଏହି ଘୂର୍ଣ୍ଣିବଳୟ ରହିବ । ଏହା ପ୍ରଭାବରେ ୯ ତାରିଖ  ଯାଏଁ ପ୍ରବଳ ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା