Masthead

ରାଜ୍ୟରେ ନିର୍ମାଣ ହେବ ୮୩୫ ଆଦର୍ଶ ବିଦ୍ୟାଳୟ 

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ନିର୍ମାଣ ହେବ ୮୩୫ ଆଦର୍ଶ ବିଦ୍ୟାଳୟ  ।  ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଘୋଷଣା ।   ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସମୀକ୍ଷା ବୈଠକରେ ସୂଚନା  ।  ପ୍ରତ୍ୟେକ ପଞ୍ଚାୟତ ହେଡକ୍ୱାର୍ଟର୍ସରେ ଗୋଟିଏ ଲେଖାଏଁ ଆଦର୍ଶ ସ୍କୁଲ ନିର୍ମାଣ ହେବ ।  ପ୍ରତ୍ୟେକ ବିଦ୍ୟାଳୟ ପାଇଁ ୭ କୋଟି ଟଙ୍କା ପର୍ଯ୍ୟନ୍ତ ବ୍ୟୟ ଅଟକଳ ରଖାଯାଇଛି ।

ଦୁର୍ଗମ ଅଂଚଳର ପିଲାଙ୍କ ଯିବା ଆସିବା ପାଇଁ ମାଗଣା ପରିବହନ ସୁବିଧା ରଖା ଯାଇଛି ।  ଯେଉଁ ସ୍କୁଲରେ ୧୦୦ରୁ ଅଧିକ  ଛାତ୍ରଛାତ୍ରୀ ଥିବେ ,  ୨ ଏକରରୁ ଅଧିକ ଜମି ଉପଲବ୍ଧ ହେଉଥିବ, ଏବଂ ଶିଶୁ ବାଟିକା ଠାରୁ ଆରମ୍ଭ କରି ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢ଼ା ହେଉଥିବ , ସେହି ସ୍କୁଲ ଗୁଡିକୁ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଭାବେ ନିର୍ମାଣ କରାଯିବ ।

ବୈଠକରେ ମୁଖ୍ୟମନ୍ତ୍ରୀ, ପ୍ରତ୍ୟେକ ଗ୍ରାମ ପଞ୍ଚାୟତର ହେଡକ୍ୱାର୍ଟର୍ସରେ ଭୌଗୋଳିକ ଅବସ୍ଥିତିକୁ ଦୃଷ୍ଟିରେ ରଖି ଗୋଟିଏ ଲେଖାଏଁ ଆଦର୍ଶ ସ୍କୁଲ ନିର୍ମାଣ କରାଯିବ  ।   ବିଶେଷ କରି ଦୁର୍ଗମ ଓ ଦୂର ଅଂଚଳରେ ରହୁଥିବା ପିଲାଙ୍କ ଯିବା ଆସିବା ପାଇଁ ମାଗଣାରେ ପରିବହନ ସୁବିଧା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ । ପର୍ଯ୍ୟାପ୍ତ ଜମି ଥିବା ସ୍କୁଲଗୁଡ଼ିକୁ ଚୟନ କରାଯାଇ , ଭବିଷ୍ୟତରେ ହାଇସ୍କୁଲ ସ୍ତରକୁ ଅପଗ୍ରେଡ୍ ପାଇଁ ଏହାକୁ ଉନ୍ନତିକରଣ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ