Masthead

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଏବେ ମୌସୁମୀ ନିଷ୍କ୍ରିୟ ଅଛି। ୬ ଓ ୭ ତାରିଖରେ ରାଜ୍ୟର କିଛି ସ୍ଥାନରେ ଅଧିକ ବର୍ଷା ହୋଇପାରେ। ୬ରେ କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବ।  ଉତ୍ତର ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ସମ୍ଭାବନା ଅଛି। ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି। ୬ ତାରିଖରେ କେନ୍ଦୁଝର ଓ ମୟୂରଭଞ୍ଜରେ ଭାରୀ ବର୍ଷା ହୋଇପାରେ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼  ସମେତ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ସମ୍ଭାବନା ଅଛି ।

୭ ତାରିଖରେ  କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ମୟୂରଭଞ୍ଜରେ  ଭାରୀ ବର୍ଷା ହୋଇପାରେ । ୮ତାରିଖରେ ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳ  ବର୍ଷା ସମ୍ଭାବନା ଅଛି । ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୯ ତାରିଖରେ ବି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ