Masthead

ନବ ଦାସ ହତ୍ୟାକାଣ୍ଡ, ଆଜି ସାକ୍ଷ୍ୟ ଗ୍ରହଣ

ଝାରସୁଗୁଡ଼ା(ବଡ଼ ଖବର ବ୍ୟୁରୋ): ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଝାରସୁଗୁଡ଼ା ଏଡିଜେ କୋର୍ଟରେ ଆଜି ଶୁଣାଣି । ଅନ୍ୟତମ ମୁଖ୍ୟ ସାକ୍ଷୀ ତତ୍କାଳୀନ ବ୍ରଜରାଜନଗର ଆଇଆଇସିଙ୍କ ସାକ୍ଷ୍ୟ ଗ୍ରହଣ ହେବ । ତତ୍କାଳୀନ ବ୍ରଜରାଜନଗର ଥାନା ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସ୍ବାଇଁଙ୍କର ସାକ୍ଷ୍ୟ । ୨୦୨୩ ଜାନୁଆରୀ ୨୯ ତାରିଖରେ ବ୍ରଜରାଜନଗର ଗାନ୍ଧୀ ଛକରେ ନବ ଦାସଙ୍କୁ ହତ୍ୟା କରାଯାଇଥିଲା ।

୨୦୨୩ ଜାନୁଆରି ୨୯ ତାରିଖରେ ବ୍ରଜରାଜନଗର ଗାନ୍ଧୀ ଛକରେ ନବ ଦାସଙ୍କୁ ଗୁଳିମାଡ଼ କରାଯିବା ବେଳେ ଘଟଣାସ୍ଥଳରେ ଅଭିଯୁକ୍ତ ଗୋପାଳ ଦାସ ହାତରେ ବନ୍ଧୁକ ଧରି ଛିଡ଼ା ହୋଇଥିବା ଦୃଶ୍ୟ ଭିଡିଓରେ ଉତ୍ତୋଳିତ ହୋଇଥିଲା । ଏହି ସମୟରେ କିଛି ବ୍ୟକ୍ତିଙ୍କ ମୋବାଇଲ୍‌ରେ ଆଉ ଏକ ଦୃଶ୍ୟ ବି କଏଦ୍‌ ହୋଇଥିଲା ।ତତ୍କାଳୀନ ଥାନାଧିକାରୀ ପ୍ରଦ୍ୟୁମ୍ନ ସ୍ବାଇଁ ଓ ଅନ୍ୟ ପୁଲିସ କର୍ମଚାରୀ ଗୋପାଳର କଲର ଧରି ତାକୁ କାବୁ କରିଥିଲେ । ସେହି ଭିଡ଼ ଭିତରୁ ଜଣେ ଯୁବକ ଆଉ ଏକ ବନ୍ଧୁକ ଧରି ବାହାରିବା ସହ ତାକୁ ପ୍ରଦର୍ଶନ କରି ବୁଲୁଥିବା ଦେଖିବାକୁ ମିଳିଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ