Masthead

ଘରକୁ ଫେରୁଥିବା ବେଳେ ମହିଳାଙ୍କୁ ଦୁଷ୍କର୍ମ

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ଜଗତସିଂହପୁର ଜିଲା ରଘୁନାଥପୁର ଥାନା ଅଞ୍ଚଳରେ ପୁଣି ଚାଞ୍ଚଲ୍ୟ । ଘରକୁ ଫେରୁଥିବା ବେଳେ ଜଣେ ମହିଳାଙ୍କୁ ଦୁର୍ବୃତ୍ତ ଦୁଷ୍କର୍ମ କରିବା ସହ ମାଡ଼ ମାରି ଲହୁଲୁହାଣ କରିଥିବାର ଅଭିଯୋଗ ହୋଇଛି । ଗୁରୁତର ଅବସ୍ଥାରେ ପୀଡିତା ଜଣକ ବିଲରେ ପଡିଥିବା ବେଳେ ଗ୍ରାମବାସୀ ଓ ପରିବାର ଲୋକେ ତାଙ୍କୁ ଉଦ୍ଧାର କରିଥିଲେ । ଏ ବାବଦରେ ପୀଡିତା ତାଙ୍କ ସ୍ୱାମୀଙ୍କ ସହ ରଘୁନାଥପୁର ଥାନାକୁ ଯାଇ ଏତଲା ଦେବା ପରେ ପୋଲିସ ତାଙ୍କୁ ମେଡିକାଲ ପଠାଇ ଚିକିତ୍ସା କରିବା ସହ ଘରକୁ ପଠାଇ ଦେଇଥିଲା ।

ହେଲେ ଥାନା ଠାରୁ ତାଙ୍କ ଘରକୁ ପ୍ରାୟ ୧୦ କିମି ବାଟ ରାତିରେ ଚାଲି ଚାଲି ଘରକୁ ଫେରୁଥିବା ବେଳେ ବାଟରେ ଅସୁସ୍ଥ ହୋଇ ଚେତାଶୂନ୍ୟ ଅବସ୍ଥାରେ ପଡିଯାଇଥିଲେ ପୀଡିତା। ଏହା ଦେଖି ସ୍ଥାନୀୟ କିଛି ଗ୍ରାମବାସୀ ମହିଳାଙ୍କୁ ମେଡିକାଲ ନେବା ସହ ଚିକିତ୍ସା କରିଥିବା ଜଣା ପଡିଛି। ରାତିରେ ଜଣେ ପୀଡିତାଙ୍କୁ ପୋଲିସ କିପରି ଅସୁରକ୍ଷିତ ଭାବରେ ଘରକୁ ପଠାଇ ଦେଲା ତାକୁ ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । ଅଭିଯୋଗ ପାଇବା ପରେ ପୋଲିସ ତଦନ୍ତ ଆରମ୍ଭ କରିଥିବା ବେଳେ ଅଭିଯୁକ୍ତ କୁ ଗିରଫ କରିବାରେ ସକ୍ଷମ ହୋଇପାରିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି