Masthead

ଘରକୁ ଫେରୁଥିବା ବେଳେ ମହିଳାଙ୍କୁ ଦୁଷ୍କର୍ମ

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ଜଗତସିଂହପୁର ଜିଲା ରଘୁନାଥପୁର ଥାନା ଅଞ୍ଚଳରେ ପୁଣି ଚାଞ୍ଚଲ୍ୟ । ଘରକୁ ଫେରୁଥିବା ବେଳେ ଜଣେ ମହିଳାଙ୍କୁ ଦୁର୍ବୃତ୍ତ ଦୁଷ୍କର୍ମ କରିବା ସହ ମାଡ଼ ମାରି ଲହୁଲୁହାଣ କରିଥିବାର ଅଭିଯୋଗ ହୋଇଛି । ଗୁରୁତର ଅବସ୍ଥାରେ ପୀଡିତା ଜଣକ ବିଲରେ ପଡିଥିବା ବେଳେ ଗ୍ରାମବାସୀ ଓ ପରିବାର ଲୋକେ ତାଙ୍କୁ ଉଦ୍ଧାର କରିଥିଲେ । ଏ ବାବଦରେ ପୀଡିତା ତାଙ୍କ ସ୍ୱାମୀଙ୍କ ସହ ରଘୁନାଥପୁର ଥାନାକୁ ଯାଇ ଏତଲା ଦେବା ପରେ ପୋଲିସ ତାଙ୍କୁ ମେଡିକାଲ ପଠାଇ ଚିକିତ୍ସା କରିବା ସହ ଘରକୁ ପଠାଇ ଦେଇଥିଲା ।

ହେଲେ ଥାନା ଠାରୁ ତାଙ୍କ ଘରକୁ ପ୍ରାୟ ୧୦ କିମି ବାଟ ରାତିରେ ଚାଲି ଚାଲି ଘରକୁ ଫେରୁଥିବା ବେଳେ ବାଟରେ ଅସୁସ୍ଥ ହୋଇ ଚେତାଶୂନ୍ୟ ଅବସ୍ଥାରେ ପଡିଯାଇଥିଲେ ପୀଡିତା। ଏହା ଦେଖି ସ୍ଥାନୀୟ କିଛି ଗ୍ରାମବାସୀ ମହିଳାଙ୍କୁ ମେଡିକାଲ ନେବା ସହ ଚିକିତ୍ସା କରିଥିବା ଜଣା ପଡିଛି। ରାତିରେ ଜଣେ ପୀଡିତାଙ୍କୁ ପୋଲିସ କିପରି ଅସୁରକ୍ଷିତ ଭାବରେ ଘରକୁ ପଠାଇ ଦେଲା ତାକୁ ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । ଅଭିଯୋଗ ପାଇବା ପରେ ପୋଲିସ ତଦନ୍ତ ଆରମ୍ଭ କରିଥିବା ବେଳେ ଅଭିଯୁକ୍ତ କୁ ଗିରଫ କରିବାରେ ସକ୍ଷମ ହୋଇପାରିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ