Masthead

୧୨ ଘଣ୍ଟିଆ ରାଇଘର  ବନ୍ଦ

ରାଇଘର (ବଡ଼ ଖବର ବ୍ୟୁରୋ): ରାଇଘରରେ ନର୍ସିଂ ଛାତ୍ରୀଙ୍କ ମୃତ ଘଟଣା  ।  ପରିବାରକୁ କ୍ଷତି ପୂରଣ ଦାବିରେ ବିଜେଡି ପକ୍ଷରୁ ଆଜି ୧୨ ଘଣ୍ଟିଆ  ରାଇଘର  ବନ୍ଦ ଡାକରା ଦିଆଯାଇଛି  । ସକାଳ ୬ଟା ଦିନ ୧୨ଟା ଯାଏ ଚାଲିବ ଆନ୍ଦୋଳନ।  ରାଇଘର ବ୍ଲକରେ  ଦୋକାନବଜାର, ସରକାରୀ ଓ  ବେସରକାରୀ କାର୍ଯ୍ୟାଳୟ ସବୁ ବନ୍ଦ ରହିଛି । ଜରୁରିକାଳନୀ ସେବାକୁ  ବାଦ୍‌ ଦେଇ ଅନ୍ୟ ସମସ୍ତ ପ୍ରତିଷ୍ଠାନ  ବନ୍ଦ ରହିବ ବୋଲି ବିଜେଡି ପକ୍ଷରୁ କୁହାଯାଇଛି।

ରାଇଘର ଡୁମରିମୁଣ୍ଡା ନର୍ସିଂ ଛାତ୍ରୀ ମୃତ୍ୟୁ ଘଟଣାକୁ ତୀବ୍ର ନିନ୍ଦା କରିଛି ବିଜେଡି  । ଦଳ କହିଛି ଦିନକୁ ଦିନ ରାଜ୍ୟରେ ମହିଳା ମାନଙ୍କ ପ୍ରତି ଅତ୍ୟାଚାର ବଢିବାରେ ଲାଗିଛି ।  ଓଡ଼ିଶା ସରକାର ମହିଳାମାନଙ୍କୁ ସୁରକ୍ଷା ଦେବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛି । ଯାହାକୁ ନେଇ ଆଜି ବନ୍ଦ ଡାକରା ଦେଇଛି ବିଜେଡି  ।

ଯେତେ ଦିନ ପର୍ଯ୍ୟନ୍ତ ଏହି ରାଜ୍ୟର ନାରୀ, ଛାତ୍ରୀ, ନାବାଳିକା ସୁରକ୍ଷିତ ହେବେ ନାହିଁ, ବିଜେଡି ସେମାନଙ୍କୁ ସୁରକ୍ଷା ଦେବା ପାଇଁ ସାରା ରାଜ୍ୟରେ ଆନ୍ଦୋଳନକୁ ବ୍ୟାପକ କରିବ ବୋଲି ଦଳ ପକ୍ଷରୁ କୁହାଯାଇଛି ।  ଖାଲି ସେତିକି ନୁହେଁ  ମହିଳା ଓ ଶିଶୁ ବିକାଶ  ମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଇସ୍ତଫା  ଦାବି କରିଛନ୍ତି ବିଜେଡି ନେତା ପ୍ରଦୀପ  ମାଝୀ । ସେଭଳି ମୃତାଙ୍କ ପରିବାରକୁ  ୧ କୋଟି ଟଙ୍କା କ୍ଷତିପୂରଣ ଦେବାକୁ  ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା