Masthead

୧୨ ଘଣ୍ଟିଆ ରାଇଘର  ବନ୍ଦ

ରାଇଘର (ବଡ଼ ଖବର ବ୍ୟୁରୋ): ରାଇଘରରେ ନର୍ସିଂ ଛାତ୍ରୀଙ୍କ ମୃତ ଘଟଣା  ।  ପରିବାରକୁ କ୍ଷତି ପୂରଣ ଦାବିରେ ବିଜେଡି ପକ୍ଷରୁ ଆଜି ୧୨ ଘଣ୍ଟିଆ  ରାଇଘର  ବନ୍ଦ ଡାକରା ଦିଆଯାଇଛି  । ସକାଳ ୬ଟା ଦିନ ୧୨ଟା ଯାଏ ଚାଲିବ ଆନ୍ଦୋଳନ।  ରାଇଘର ବ୍ଲକରେ  ଦୋକାନବଜାର, ସରକାରୀ ଓ  ବେସରକାରୀ କାର୍ଯ୍ୟାଳୟ ସବୁ ବନ୍ଦ ରହିଛି । ଜରୁରିକାଳନୀ ସେବାକୁ  ବାଦ୍‌ ଦେଇ ଅନ୍ୟ ସମସ୍ତ ପ୍ରତିଷ୍ଠାନ  ବନ୍ଦ ରହିବ ବୋଲି ବିଜେଡି ପକ୍ଷରୁ କୁହାଯାଇଛି।

ରାଇଘର ଡୁମରିମୁଣ୍ଡା ନର୍ସିଂ ଛାତ୍ରୀ ମୃତ୍ୟୁ ଘଟଣାକୁ ତୀବ୍ର ନିନ୍ଦା କରିଛି ବିଜେଡି  । ଦଳ କହିଛି ଦିନକୁ ଦିନ ରାଜ୍ୟରେ ମହିଳା ମାନଙ୍କ ପ୍ରତି ଅତ୍ୟାଚାର ବଢିବାରେ ଲାଗିଛି ।  ଓଡ଼ିଶା ସରକାର ମହିଳାମାନଙ୍କୁ ସୁରକ୍ଷା ଦେବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛି । ଯାହାକୁ ନେଇ ଆଜି ବନ୍ଦ ଡାକରା ଦେଇଛି ବିଜେଡି  ।

ଯେତେ ଦିନ ପର୍ଯ୍ୟନ୍ତ ଏହି ରାଜ୍ୟର ନାରୀ, ଛାତ୍ରୀ, ନାବାଳିକା ସୁରକ୍ଷିତ ହେବେ ନାହିଁ, ବିଜେଡି ସେମାନଙ୍କୁ ସୁରକ୍ଷା ଦେବା ପାଇଁ ସାରା ରାଜ୍ୟରେ ଆନ୍ଦୋଳନକୁ ବ୍ୟାପକ କରିବ ବୋଲି ଦଳ ପକ୍ଷରୁ କୁହାଯାଇଛି ।  ଖାଲି ସେତିକି ନୁହେଁ  ମହିଳା ଓ ଶିଶୁ ବିକାଶ  ମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଇସ୍ତଫା  ଦାବି କରିଛନ୍ତି ବିଜେଡି ନେତା ପ୍ରଦୀପ  ମାଝୀ । ସେଭଳି ମୃତାଙ୍କ ପରିବାରକୁ  ୧ କୋଟି ଟଙ୍କା କ୍ଷତିପୂରଣ ଦେବାକୁ  ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି