Masthead

ନାବାଳିକା ପୋଡ଼ି, ତଦନ୍ତ ପାଇଁ ଟିମ ଗଠନ

ବରଗଡ଼ (ବଡ଼ ଖବର ବ୍ୟୁରୋ): ବରଗଡ଼ ଗାଇସିଲେଟ ଥାନା ଫରିଙ୍ଗମାଳ ନାବଳିକା ପୋଡ଼ି ଘଟଣା । ସଙ୍କଟାପନ୍ନ ଅବସ୍ଥାରେ ଆମ୍ବୁଲାନ୍ସରେ ବୁର୍ଲା ସ୍ଥାନାନ୍ତରିତ । ଚିକିତ୍ସା ପାଇଁ ଏକ ଡାକ୍ତରୀ ଟିମ୍‌ ପ୍ରସ୍ତୁତ ଥିବା ସୂଚନା । ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ଦ୍ବାରା ଚାଲିଛି ନାବାଳିକାଙ୍କ ଚିକିତ୍ସା । ବରଗଡ଼ ଦାୟିତ୍ୱରେ ଥିବା ବଲାଙ୍ଗିର ଏସ୍‌ପି ଅଭିଳାଷ ଜିଙ୍କ ସୂଚନା । ସେପଟେ ଏହି ଘଟଣାରେ ପୋଲିସ ଦେଖାଇଛି ତତ୍ପରତା । ୩ ଜଣ ଆଇଆଇସିଙ୍କୁ ନେଇ ତଦନ୍ତ ପାଇଁ ପୋଲିସ ଟିମ୍‌ ଗଠନ କରିଛି । ଫିରିଙ୍ଗିମାଲ ଗାଁକୁ ଯାଇ ତଦନ୍ତ କରୁଛି ପୋଲିସ ଟିମ୍ । ବରଗଡ଼ ଦାୟିତ୍ବରେ ଥିବା ବଲାଙ୍ଗିର ଏସ୍‌ପି ଅଭିଳାଷ.ଜିଙ୍କ ସୂଚନା ଦେିଛନ୍ତି ।

ପଡ଼ିଆରୁ ମୁର୍ମୁଷୁ ଅବସ୍ଥାରେ ନାବାଳିକାଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କ ଅବସ୍ଥା ସଂକଟାପନ୍ନ ରହିଛି। ନାବାଳିକାଙ୍କ ଶରୀର ସମ୍ପୂର୍ଣ୍ଣ ପୋଡ଼ିଯାଇଥିବା ଦେଖିବାକୁ ମିଳିଛି। ନାବାଳିକା ଜଣଙ୍କ ଆତ୍ମାହୁତି ଉଦ୍ୟମ କରିଛନ୍ତି ନା ତାକୁ କେହି ଜାଳି ଦେଇଛି ତାହା ସ୍ପଷ୍ଟ ହୋଇପାରିନି। ସେ ତାଙ୍କ ମାମୁଁ ଘର ଗାଁ ପଡ଼ିଆରେ ପୋଡ଼ି ଯାଇଥିବା ସୂଚନା ମିଳିଛି। ତାଙ୍କ ବୟସ ୧୩ ବର୍ଷ ହୋଇଥିବା ବେଳେ ସେ ଅଷ୍ଟମ ଶ୍ରେଣୀରେ ପଢୁଥିବା ସୂଚନା ମିଳିଛି।

ଗାଁ ଲୋକଙ୍କ କହିବା ଅନୁସାରେ, ପେଟ୍ରୋଲ ଢାଳି ଜଳିଯାଇଛନ୍ତି ନାବାଳିକା। ପଡ଼ିଆରେ ତାଙ୍କର ଚପଲ, ପେଟ୍ରୋଲ୍ ବୋତଲ ସହ ଦିଆସିଲି ପଡ଼ିଥିବା ଦେଖିବାକୁ ମିଳିଛି। ତେବେ କେମିତି ଏତେ ବଡ଼ ଘଟଣା ଘଟିଲା ସେନେଇ ସ୍ପଷ୍ଟ କାରଣ ଜଣାପଡ଼ିନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ