Masthead

ଶ୍ରୀମନ୍ଦିରରେ ନକଲି ଗୁମାସ୍ତା

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିରରେ ନକଲି ଗୁମାସ୍ତା । ୧୨ ନକଲି ଗୁମାସ୍ତାଙ୍କୁ ଗିରଫ କରିଛି ପୋଲିସ । ପୁରୀ ସିଂହଦ୍ଵାର ଓ ଟାଉନ ଥାନା ପୋଲିସ ୧୨ ଜଣ ନକଲି ଗୁମାସ୍ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ବିଏନଏସ୍ ଧାରା ୧୧୧ ଅନୁଯାୟୀ ଏହି ନକଲି ଗୁମାସ୍ତାଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଜେଲକୁ ପଠାଇ ଦିଆଯାଇଛି। ତେବେ ସୂଚନା ଅନୁଯାୟୀ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ପ୍ରତିଦିନ ହଜାର ହଜାର ଭକ୍ତ ଶ୍ରଦ୍ଧାଳୁ ଆସିଥାନ୍ତି।

ଶ୍ରୀମନ୍ଦିରର ସଂସ୍କୃତି ଓ ପରମ୍ପରା ବିଷୟରେ ସେବାୟତ ଓ ସେମାନଙ୍କର ଗୁମାସ୍ତାମାନେ ଯାତ୍ରୀମାନଙ୍କୁ ଟିକିନିଖି ତଥ୍ୟ ପ୍ରଦାନ କରିଥାନ୍ତି। କିନ୍ତୁ କିଛି ନକଲି ଗୁମାସ୍ତା ଓ ଅଣ ସେବାୟତଙ୍କ ଯୋଗୁ ଯାତ୍ରୀମାନେ ଠକାମୀ ସହ ଦୁର୍ବ୍ୟବହାରର ଶିକାର ମଧ୍ୟ ହୋଇଥାନ୍ତି। ଏନେଇ ଅନେକଥର ଥାନାରେ ଅଭିଯୋଗ ହେବା ପରେ ଏବେ ଆକ୍ସନ ମୋଡ଼କୁ ଆସିଛି ପୁରୀ ପୋଲିସ।

ଶ୍ରୀମନ୍ଦିରକୁ ଆସୁଥିବା ଯାତ୍ରୀ, ଶ୍ରଦ୍ଧାଳୁଙ୍କ ସୁରକ୍ଷା ସହିତ ସୁବିଧାରେ ଦର୍ଶନ ଏବଂ ଠକାମୀର ଯେଭଳି ଶିକାର ନହେବେ ସେ ଦିଗରେ ପୋଲିସ ବିଶେଷ ଦୃଷ୍ଟି ଦେଇଛି। ଗିରଫ ହୋଇଥିବା ନକଲି ଗୁମାସ୍ତାଙ୍କ ପାଖରେ କୌଣସି ପରିଚୟ ପତ୍ର ନଥିବାବେଳେ ବେଆଇନ୍ ଭାବେ ଏମାନେ ଗୁମାସ୍ତା କାର୍ଯ୍ୟ କରୁଥିଲେ ବୋଲି ପୋଲିସ କହିଛି। ଆଗକୁ ମଧ୍ୟ ପୋଲିସ ପକ୍ଷରୁ ଏହି ଧରପଗଡ ଅଭିଯାନ ଜାରି ରହିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼