Masthead

ଦେଶ ପାଳୁଛି ୭୯ତମ ସ୍ୱାଧୀନତା ଦିବସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶ ପାଳୁଛି ୭୯ତମ ସ୍ୱାଧୀନତା ଦିବସ । ଦିଲ୍ଲୀରୁ ପଲ୍ଲୀ ସବୁଠି ସ୍ୱତନ୍ତ୍ରତାର ଦିନକୁ ନେଇ ଉତ୍ସାହର ମାହୋଲ । ପିଲାଠୁ ବୁଢା ସଭିଏଁ ଦେଶପ୍ରେମରେ ମସଗୁଲ । ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଲଗାତାର ୧୨ଥର ପାଇଁ ସ୍ୱାଧୀନତା ଦିବସରେ ପତାକା ଉତ୍ତୋଳନ ସହ ରାଷ୍ଟ୍ର ଉଦେଶ୍ୟରେ ଅଭିଭାଷଣ ରଖିଛନ୍ତି ପ୍ରଧାନମନ୍ତ୍ରୀ । ଏହା ପୂର୍ବରୁ ରାଜଘାଟ ଯାଇ ମହାତ୍ମାଗାନ୍ଧିଙ୍କ ସମାଧି ପୀଠରେ ପ୍ରଧାନମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ନମୋ । ଏଥର, ସାରା ଦେଶରୁ ମନୋନୀତ ୨୬ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୫ଟି ଗାଁର ସରପଞ୍ଚଙ୍କୁ ଉତ୍ସବରେ ବିଶେଷ ଅତିଥି ଭାବରେ ନିମନ୍ତ୍ରଣ କରାଯାଇଛି ।

ଗ୍ରାମୀଣ ଭାରତରେ ପରିମଳ, ନିରାପଦ ପାନୀୟ ଜଳ, ମହିଳା ସଶକ୍ତିକରଣ ଏବଂ ସ୍ଥାୟୀ ଶାସନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଏହି ସରପଞ୍ଚମାନଙ୍କୁ ସମ୍ମାନିତ କରାଯିବ ।  ସ୍ୱଚ୍ଛ ଭାରତ ମିଶନ-ଗ୍ରାମୀଣ ଅଧୀନରେ ସମସ୍ତ ମନୋନୀତ ପଞ୍ଚାୟତକୁ ଓଡିଏଫ୍ ପ୍ଲସ୍ ଏବଂ ଜଳ ଜୀବନ ମିଶନ ଅଧୀନରେ ହର ଘର ଜଳ ଗ୍ରାମ ଘୋଷଣା କରାଯାଇଛି । ଲାଲକିଲ୍ଲା ଏବଂ ଏହାର ଆଖପାଖ ଅଞ୍ଚଳରେ ଅଭୂତପୂର୍ବ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ୧୧ ହଜାରରୁ ଅଧିକ ସୁରକ୍ଷା କର୍ମୀ ଏବଂ ୩ହଜାରରୁ ଅଧିକ ଟ୍ରାଫିକ୍ ପୋଲିସ ନିୟୋଜିତ ହୋଇଛନ୍ତି । ଉଚ୍ଚ କୋଠାଗୁଡ଼ିକରେ ସ୍ନାଇପରମାନଙ୍କୁ ନିୟୋଜିତ କରାଯାଇଛି । ତଦାରଖ ଦଳଗୁଡ଼ିକ ଛାତ ଉପରୁ କାର୍ଯ୍ୟକଳାପ ଉପରେ ନିରନ୍ତର ନଜର ରଖିବେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ