Masthead

ପୁଣି ଚର୍ଚ୍ଚାରେ ବଳଙ୍ଗା ପୀଡିତାଙ୍କ ମୃତ୍ୟୁ ଘଟଣା!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ଚର୍ଚ୍ଚାରେ ବଳଙ୍ଗା ପୀଡିତାଙ୍କ ମୃତ୍ୟୁ ଘଟଣା! ବଳଙ୍ଗା ପୀଡ଼ିତା ଡାକ୍ତରଖାନାରେ ଚିକିତ୍ସିତ ଥିବା ସମୟରେ ପୁଲିସ କରିଥିବା ବୟାନ ରେକର୍ଡ ସମୟର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହୋଇଛି। ଏହି ଘଟଣାକୁ ଆଉ ମାତ୍ର ୨ ଦିନ ପରେ ମାସେ ପୂରିବାକୁ ଯାଉଛି। ପୁଲିସ ଘଟଣାର ତଦନ୍ତ ଶେଷରେ କ’ଣ ପାଇଲା ଏପର୍ଯ୍ୟନ୍ତ କହିନି। ତେବେ ଆଇସିୟୁରେ ଚିକିତ୍ସାଧୀନ ଥିବା ବେଳର ପୀଡ଼ିତାଙ୍କ ବୟାନ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ ହେଉଛି।

ସୋସିଆଲ ମିଡିଆରେ ବୁଲୁଛି ବଳଙ୍ଗା ପୀଡ଼ିତାଙ୍କ ଶେଷ ବୟାନ । ଭିଡିଓଟି ତଦନ୍ତ ସମୟର ବୋଲି ଜଣାପଡୁଛି । ଏଥିରେ ଜଣେ ମହିଳା ଅଧିକାରୀ ପୀଡ଼ିତାଙ୍କଠାରୁ ବୟାନ ରେକର୍ଡ କରୁଛନ୍ତି । ସେ ପୀଡ଼ିତାଙ୍କୁ ବିଭିନ୍ନ ପ୍ରଶ୍ନ କରୁଛନ୍ତି , ଯେଉଁଠି କେବଳ ସ୍ବୀକୃତିପ୍ରାପ୍ତ ପୁଲିସ ଅଧିକାରୀଙ୍କୁ ସୁଯୋଗ ମିଳିଥିଲା । ହସ୍ପିଟାଲ କର୍ମଚାରୀଙ୍କୁ ମଧ୍ୟ ସେଠାରେ ରଖାଯାଇନଥିଲା । ପୁଲିସ ଏହି ବୟାନ ରେକର୍ଡ କରି କୋର୍ଟରେ ଉପସ୍ଥାପନ କରିବାର ଥିଲା । ତାହା କେମିତି ସାମାଜିକ ଗଣମାଧ୍ୟମକୁ ଆସିଲା ? ଏହା ଏକ ସମ୍ବେଦନଶୀଳ ଘଟଣା । ଏହା କୌଣସି ପରିସ୍ଥିତିରେ ବାହାରକୁ ଆସିବା କଥା ନୁହଁ । କିଏ ଏହାକୁ ସର୍ବସାଧାରଣ କରିଛି ? ତାକୁ ନେଇ ପ୍ରଶ୍ନ ଉଠିଛି । ନାବାଳିକାର ମୃତ୍ୟୁ ଦିନ ହିଁ ପୁଲିସ ଘଟଣା ପଛର ରହସ୍ୟ ଖୋଲିଥିଲା । ନାବାଳିକାଙ୍କ ମୃତ୍ୟ ଘଟଣାରେ ଆଉ କେହି ସାମିଲ ନାହାନ୍ତି ବୋଲି ପୁଲିସ ଟ୍ବିଟ୍ କରି କହିଥିଲା ।

ଜୁଲାଇ ୧୯ ତାରିଖ ଦିନ ପୀଡ଼ିତା ସକାଳୁ ସାଙ୍ଗ ଘରକୁ ଯାଉଥିଲେ ।  ବାଟରେ ନାବାଳିକାକୁ ଉଠାଇନେଇଥିଲେ ୩ ଦୁର୍ବୃତ୍ତ । ମୁହଁରେ କପଡ଼ା ବାନ୍ଧି ଭାର୍ଗବୀ ନଦୀ ପଠାକୁ ନେଇଯାଇଥିଲେ । ପେଟ୍ରୋଲ ଢାଳି ନିଆଁ ଲଗାଇ ଜାଳିଦେଇଥିଲେ । ଅଘଟଣ ବେଳେ ପହଞ୍ଚିଥିଲେ କିଛି ସ୍ଥାନୀୟ ଲୋକ । ଲୋକଙ୍କୁ ଦେଖି ଚମ୍ପଟ ମାରିଥିଲେ ଦୁର୍ବୃତ୍ତ । ନିଆଁ ଲିଭାଇବା ସହ ନାବାଳିକାକୁ କରିଥିଲେ ଉଦ୍ଧାର । ମତେ ବଞ୍ଚାନ୍ତୁ ବୋଲି ଗୁହାରି କରିଥିଲେ ନାବାଳିକା । ନାବାଳିକାର ପୋଷାକ, ଚପଲ ପୋଡ଼ି ଯାଇଥିଲା । ତୁରନ୍ତ ନାବାଳିକା ଘରେ ଖବର ଦିଆଯାଇଥିଲା । ପିପିଲି ମେଡିକାଲରେ ଦିଆଯାଇଥିଲା ପ୍ରାଥମିକ ଚିକିତ୍ସା । ପରେ ପୀଡ଼ିତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଥିଲା ।  ଶେଷରେ ସେଠାରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି