ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହ ଅନ୍ୟ କିଛି ଜିଲ୍ଲାରେ ମଧ୍ୟ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ମଧ୍ୟ ୬ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ। ଏହା ପରେ ପାଗରେ ପରିବର୍ତ୍ତନ ହୋଇପାରେ ।
୨୧ ତାରିଖ ବା ଗୁରୁବାର ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବାଲେଶ୍ୱର ଓ ବରଗଡ଼ର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି । ୨୨ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ର କିଛି ସ୍ଥାନରେ ଅଧିକ ବର୍ଷା ସମ୍ଭାବନା ଅଛି । ୨୩ ଓ ୨୪ ତାରିଖରେ ଉତ୍ତର ଓ ପଶ୍ଚିମ ଓଡ଼ିଶାର ଅଳ୍ପ କିଛି ସ୍ଥାନରେ ଅଧିକ ବର୍ଷା ହୋଇପାରେ ।
