Masthead

୨୫ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୫ ତାରିଖରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ।  ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଅଞ୍ଚଳରେ ସୃଷ୍ଟି ହେବ ।  ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା ।  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା । ଉତ୍ତର ପଶ୍ଚିମ ବଙ୍ଗୋପସାଗର  ଓ ପାଶ୍ୱର୍ବର୍ତ୍ତୀ ଉତ୍ତର ଓଡ଼ିଶା ଏବଂ  ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ  ଘୂର୍ଣ୍ଣିବଳୟ ଅଛି ।

ଏହା ପ୍ରଭାବରେ ସେଇ ସ୍ଥାନରେ ଆସନ୍ତା ୨୫  ତାରିଖବେଳକୁ ଏକ ଲଘୁଚାପ ସୃଷ୍ଟି  ହେବା ସମ୍ଭାବନା ଅଛି ।  ରାଜ୍ୟର ଅଧିକାଂଶ  ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ଝାରସୁଗୁଡ଼ା, ସୁନ୍ଦରଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା  ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ  ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ । ଯାଜପୁର, ଖୋର୍ଦ୍ଧା,  ପୁରୀ, ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର,  ମୟୂରଭଞ୍ଜ ଏବଂ ଢେଙ୍କାନାଳର ସ୍ଥାନେ ସ୍ଥାନେ ପ୍ରବଳ  ବର୍ଷା ଏବଂ ଘଡ଼ଘଡ଼ି ଆଶଙ୍କା ଅଛି ।

ବାଲେଶ୍ୱର, ଭଦ୍ରକ,  ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୁଳ, ସୋନପୁର, ବୌଦ୍ଧ,  ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର,  ରାୟଗଡ଼ା, କୋରାପୁଟ ଏବଂ ମାଲକାନଗରିରେ ଘଡ଼ଘଡ଼ି  ସହ ବର୍ଷା ହୋଇପାରେ । ୨୩, ୨୪ ତାରିଖରେ ଅନେକ  ସ୍ଥାନରେ ବର୍ଷା ଏବଂ ଉତ୍ତର ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା  ସମ୍ଭାବନା ଅଛି । ୨୫ରୁ ବର୍ଷା ପରିମାଣ ଆହୁରି ବଢ଼ିବ । ୨୫  ଓ ୨୬ରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ ।  ୨୫ରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା  ଥିବାବେଳେ ୨୬ରେ ଦକ୍ଷିଣରେ ପ୍ରବଳ ବର୍ଷା ଢାଳିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ