Masthead

ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ।  ଆଜି ପାଇଁ ୨୦ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ।  ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳକୁ ୟେଲୋ ୱାର୍ଣ୍ଣିଂ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ।

ଶନିବାର ମୟୂରଭଞ୍ଜ, କେନ୍ଦୁଝର  ଓ ସୁନ୍ଦରଗଡ଼ରେ ଅଧିକ ବର୍ଷା ହେବ  ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ  କରିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର,  କେନ୍ଦ୍ରାପଡ଼ା, କଟକ,ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ,  ଗଜପତି, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳରେ  ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୨୪, ୨୫ରେ  ମୟୂରଭଞ୍ଜ ଓ ବାଲେଶ୍ୱରରେ ଭାରି ବର୍ଷା ଆଶଙ୍କା  ଅଛି । ୨୬ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର  ଓ ବାଲେଶ୍ୱରରେ ପ୍ରବଳ ବର୍ଷା ହୋଇପାରେ । ୨୫  ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ  ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ ଦେଇଛି ।

ଉପରମୁଣ୍ଡରେ ବର୍ଷା ଯୋଗୁ ମହାନଦୀ  ଫୁଲୁଛି । ହୀରାକୁଦ ଡ୍ୟାମ ଜଳସ୍ତର ବଢୁଥିବାରୁ ଶନିବାର ଜଳ ନିଷ୍କାସନ କରିବାକୁ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଛନ୍ତି । ହୀରାକୁଦର ଜଳସ୍ତର ଏବେ  ୬୧୮.୩୯ ମିଟର ରହିଛି । ପ୍ରତି ସେକେଣ୍ଡରେ ୨ଲକ୍ଷ ୩୫ହଜାର କ୍ୟୁସେକ୍‌ ବନ୍ୟାଜଳ ପ୍ରବେଶ କରୁଛି । ସେହିଭଳି ରେଙ୍ଗାଲି ଡ୍ୟାମ୍‌ ଜଳସ୍ତର ବି  ବଢ଼ିଛି । ବୈତରଣୀ ନଦୀରେ ଆଖୁଆପଦାଠାରେ  ୧୬.୮୭ ମିଟର ଉଚ୍ଚତାର ଜଳ ପ୍ରବାହିତ ହେଉଛି ।  ବ୍ରାହ୍ମଣୀ ଓ ସୁବର୍ଣ୍ଣରେଖା ନଦୀ ଜଳସ୍ତର ବି ବଢୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ