Masthead

ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ।  ଆଜି ପାଇଁ ୨୦ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ।  ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳକୁ ୟେଲୋ ୱାର୍ଣ୍ଣିଂ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ।

ଶନିବାର ମୟୂରଭଞ୍ଜ, କେନ୍ଦୁଝର  ଓ ସୁନ୍ଦରଗଡ଼ରେ ଅଧିକ ବର୍ଷା ହେବ  ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ  କରିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର,  କେନ୍ଦ୍ରାପଡ଼ା, କଟକ,ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ,  ଗଜପତି, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳରେ  ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୨୪, ୨୫ରେ  ମୟୂରଭଞ୍ଜ ଓ ବାଲେଶ୍ୱରରେ ଭାରି ବର୍ଷା ଆଶଙ୍କା  ଅଛି । ୨୬ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର  ଓ ବାଲେଶ୍ୱରରେ ପ୍ରବଳ ବର୍ଷା ହୋଇପାରେ । ୨୫  ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ  ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ ଦେଇଛି ।

ଉପରମୁଣ୍ଡରେ ବର୍ଷା ଯୋଗୁ ମହାନଦୀ  ଫୁଲୁଛି । ହୀରାକୁଦ ଡ୍ୟାମ ଜଳସ୍ତର ବଢୁଥିବାରୁ ଶନିବାର ଜଳ ନିଷ୍କାସନ କରିବାକୁ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଛନ୍ତି । ହୀରାକୁଦର ଜଳସ୍ତର ଏବେ  ୬୧୮.୩୯ ମିଟର ରହିଛି । ପ୍ରତି ସେକେଣ୍ଡରେ ୨ଲକ୍ଷ ୩୫ହଜାର କ୍ୟୁସେକ୍‌ ବନ୍ୟାଜଳ ପ୍ରବେଶ କରୁଛି । ସେହିଭଳି ରେଙ୍ଗାଲି ଡ୍ୟାମ୍‌ ଜଳସ୍ତର ବି  ବଢ଼ିଛି । ବୈତରଣୀ ନଦୀରେ ଆଖୁଆପଦାଠାରେ  ୧୬.୮୭ ମିଟର ଉଚ୍ଚତାର ଜଳ ପ୍ରବାହିତ ହେଉଛି ।  ବ୍ରାହ୍ମଣୀ ଓ ସୁବର୍ଣ୍ଣରେଖା ନଦୀ ଜଳସ୍ତର ବି ବଢୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା