Masthead

ଆଜି ଖୋଲିବ ହୀରାକୁଦ ଗେଟ୍

ସମ୍ବଲପୁର (ବଡ଼ ଖବର ବ୍ୟୁରୋ):   ଆଜି ପୁଣି ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍ । ଜଳଭଣ୍ଡାରରେ ଜଳସ୍ତର ବଢୁଥିବାରୁ ଗେଟ୍ ଖୋଲିବାକୁ ନିଷ୍ପତ୍ତି । ସୂଚନା ଦେଲେ ହୀରାକୁଦ ଜଳଭଣ୍ଡାର ମୁଖ୍ୟ ଯନ୍ତ୍ରୀ । ସତର୍କ ସୂଚନା ଜାରି କଲେ ହୀରାକୁଦ ବନ୍ଧ କର୍ତ୍ତୃପକ୍ଷ । ମହାନଦୀ ଭିତରକୁ ନ ଯିବାପାଇଁ ସତର୍କ ସୂଚନା ଜାରି । ଉପର ମୁଣ୍ଡରେ ବର୍ଷା ଯୋଗୁଁ ଜଳଭଣ୍ଡାର ଫୁଲୁଥିବା ସୂଚନା ।

ଲଘୁଚାପ ପ୍ରଭାବରେ ମହାନଦୀ ଉପରମୁଣ୍ଡରେ ପ୍ରବଳ ବର୍ଷା ହୋଇଛି । ଗତ ୨୪ ଘଣ୍ଟାରେ ୧୬.୪୪ମିମି ବର୍ଷା ରେକର୍ଡ କରାଯାଇଛି । ଦିନକ  ମଧ୍ୟରେ ହୀରାକୁଦ ଜଳଭଣ୍ଡାରକୁ ଜଳପ୍ରବାହ ୯୦ ହଜାର କ୍ୟୁସେକ୍‌ରୁ ବୃଦ୍ଧି ପାଇ  ଅଢ଼େଇ ଲକ୍ଷ କ୍ୟୁସେକ୍‌ ଟପିଲାଣି । ଏହାକୁ ଲକ୍ଷ୍ୟ କରି ଶନିବାର ପୂର୍ବାହ୍ଣ ୧୦ଟାରେ  ହୀରାକୁଦ ଜଳଭଣ୍ଡାରରୁ ଜଳ ନିଷ୍କାସନ କରିବାକୁ ନିଷ୍ପତ୍ତି ହୋଇଛି । ପ୍ରାରମ୍ଭିକ ଭାବେ  ୪ଟି ଗେଟ୍‌ ଖୋଲାଯିବାକୁ ଯୋଜନା ରହିଛି ।

ଅନ୍ୟପକ୍ଷରେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ପାର୍ଶ୍ବବର୍ତ୍ତୀ ବାଂଲାଦେଶ ଅଞ୍ଚଳରେ ଲଘୁଚାପ  କ୍ଷେତ୍ର ସୃଷ୍ଟି ପ୍ରଭାବରେ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା। ସୁନ୍ଦରଗଡ଼ରେ   ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ଜାରି ହୋଇଥିଲା ।  ଏହାବ୍ୟତୀତ ଝାସରୁଗୁଡ଼ା, ସମ୍ୱଲପୁର, କେନ୍ଦୁଝର, ମୟୂରଭଞ୍ଜ ଏହି ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଥିଲା  ।

ସେପଟେ ରାଜ୍ୟର ପଶ୍ଚିମ ଓଡ଼ିଶା ସମେତ ବହୁ ସ୍ଥାନରେ ଲଗାଣ ବର୍ଷା ଯୋଗୁଁ ମହାନଦୀ, ସୁବର୍ଣ୍ଣରେଖା ଓ ବ୍ରାହ୍ମଣୀ ନଦୀର ଜଳସ୍ତର ବୃଦ୍ଧି ପାଇଛି ।   ଆଜି ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ଅଧିକ  ବର୍ଷା ହେବା ନେଇ ପାଣିପାଗ ବି ଭାଗ ପୂର୍ବାନୁମାନ କରିଛି  ।  ୨୪ ଓ ୨୫ ତାରିଖରେ ମୟୂରଭଞ୍ଜ ଓ ବାଲେଶ୍ବରରେ ଭାରି ବର୍ଷା ସମ୍ଭାବନା ରହିଛି   ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି