Masthead

ରାଜ୍ୟରେ ପ୍ରବଳ ବର୍ଷା ନେଇ ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପୁଣି ବଢ଼ିବ ବର୍ଷା । ଆଜି ଦିନସାରେ ରାଜ୍ୟରେ ଜାରି ରହିବ ବର୍ଷା । ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଅଞ୍ଚଳରେ ଥିବା ଲଘୁଚାପ କ୍ଷେତ୍ରର ପ୍ରଭାବ । ଆଜି ବି ରାଜ୍ୟର ବିଭିନ୍ନ ଜିଲ୍ଲାରେ ଦିନସାରା ଲାଗି ରହିବ ବର୍ଷା । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷା ଆଶଙ୍କା । ବର୍ଷା ସହ ଘଣ୍ଟାପ୍ରତି ୩୦ରୁ ୪୦ କି.ମି. ବେଗରେ ପବନ ବହିବା ସମ୍ଭାବନା । ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ଭିତରକୁ ଯିବା ପାଇଁ ବାରଣ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା । ସେପଟେ ୨୯ ଓ ୩୦ ତାରିଖରୁ ପୁଣି ବର୍ଷା ବଢ଼ିବ । ପଶ୍ଚିମ ଓଡ଼ିଶା ସହ ଉପକୂଳ ଓଡ଼ିଶାରେ ବର୍ଷା ହେବ । ୩୧ ତାରିଖରେ ଲଘୁଚାପ ସୃଷ୍ଟି ସହ ଏହା ଅଧିକ ଘନୀଭୂତ ହୋଇପାରେ । ବରିଷ୍ଠ କୃଷି ପାଣିପାଗବିତ୍‌ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଏହି ଆକଳନ କରିଛନ୍ତି।

୨୫ ଓ ୨୬ ତାରିଖରେ ମୌସୁମୀ ଟ୍ରଫ୍‌ର ପୂର୍ବ ଭାଗ ଓଡ଼ିଶା ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ରହିବ । ୨୫ରୁ ୨୭ ଭିତରେ ଉତ୍ତର ବଙ୍ଗୋପସାଗରରେ ପ୍ରତିଦିନ କିଛି ଘଣ୍ଟା ପାଇଁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ଓ ଏହା ପୁଣି ବିଲୀନ ହୋଇଯିବ । ୨୫ ଓ ୨୬ରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ବର୍ଷା ହୋଇପାରେ । କିଛି ସ୍ଥାନରେ ଭାରୀ ବର୍ଷା ଆଶଙ୍କା ଅଛି । ୨୭ ତାରିଖରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ହୋଇପାରେ। ଚାଷୀଙ୍କୁ ପରାମର୍ଶ ଦେଇ ସେ କହିଛନ୍ତି, ବହୁ ସ୍ଥାନରେ ବର୍ଷା ଜାରି ରହିଥିବାରୁ ଜମିରେ ସାର ପକାଇବାରେ ସମସ୍ୟା ହେଉଛି । କେନ୍ଦ୍ରୀୟ ଓଡ଼ିଶାରେ ୨୮ ତାରିଖ ପରେ ଓ ବାକି ଜିଲ୍ଲାରେ ୩୦ ତାରିଖ ପରେ ସାର ପକାଇବାକୁ ସେ ପରାମର୍ଶ ଦେଇଛନ୍ତି । ୩୧ ତାରିଖରୁ ସେପ୍ଟେମ୍ବର ୩ ତାରିଖ ଯାଏ ରାଜ୍ୟର କାଁ ଭାଁ କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ସେ ଆକଳନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ