ନବୀନ ପଟ୍ଟନାୟକଙ୍କୁ ଭେଟିଲେ ରାଜ୍ୟପାଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନବୀନ ପଟ୍ଟନାୟକଙ୍କୁ ଭେଟିଲେ ରାଜ୍ୟପାଳ । ନବୀନ ନିବାସରେ ଭେଟି ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ରାଜ୍ୟପାଳ ହରିବାବୁ କମ୍ଭମପାଟି । ନିକଟରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହୋଇ ଫେରିଥିଲେ ନବୀନ । ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବୀନ ନିବାସରେ ନବୀନଙ୍କୁ ଭେଟିଥିଲେ । ଆଉ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ । ସେହିପରି ପ୍ରଧାନମନ୍ତ୍ରୀ ବି ଫୋନ କଲ୍ ଜରିଆରେ ନବୀନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିଥିଲେ ।

ଜୁନ୍‌ ୨୦ରେ ନବୀନ ପଟ୍ଟନାୟକ ସର୍ଭାଇକାଲ ଆର୍ଥ୍ରାଇଟିସ୍‌ ଅପରେଶନ ପାଇଁ ମୁମ୍ବାଇର ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ୨୨ରେ ତାଙ୍କର ଅସ୍ତ୍ରୋପଚାର ହୋଇଥିଲା। ସେଠାରେ ୨୧ ଦିନ ରହିବା ପରେ ସୁସ୍ଥ ହୋଇ ଜୁଲାଇ ୧୨ରେ ଭୁବନେଶ୍ୱର ଫେରିଥିଲେ। ଏହା ପରେ ନବୀନ ପୁଣି  ଡିହାଇଡ୍ରେଶନ ଜନିତ ଅସୁସ୍ଥତା ଅନୁଭବ କରିଥିଲେ।

ପ୍ରଥମେ ଏକ ଡାକ୍ତରୀ ଦଳ ନବୀନ ନିବାସରେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ପରୀକ୍ଷା କରିଥିଲେ। ହେଲେ ଅଧିକ ପରୀକ୍ଷାନିରୀକ୍ଷା କରିବା ଲାଗି ହସ୍ପିଟାଲ୍‌ ଆଣିବା ପାଇଁ ପରାମର୍ଶ ଦେବା ପରେ ସେ ସମ୍‌ ଅଲ୍ଟିମେଟ୍‌ ହସ୍ପିଟାଲ ଯାଇଥିଲେ। ସେଠାରୁ ସୁସ୍ଥ ହୋଇ ଫେରିବା ପରେ ନବୀନ ନିବାସରେ ରହୁଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ପାଇଁ ବିଭିନ୍ନ ନେତା ମନ୍ତ୍ରୀ ଯାଉଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ