Masthead

୩୧ ତାରିଖରୁ ବଢ଼ିବ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରାଜ୍ୟରେ ଆସନ୍ତା ୩୧ ତାରିଖରୁ ବର୍ଷା ବଢ଼ିବ । ସେପ୍ଟେମ୍ବର ୩  ତାରିଖ ପର୍ଯ୍ୟନ୍ତ ବର୍ଷା ପ୍ରକୋପ  ଅଧିକ ରହିବ । ପାଣିପାଗ ବିଭାଗ  ପୂର୍ବାନୁମାନରୁ ଏଭଳି ସୂଚନା ମିଳିଛି । ରାଜ୍ୟରେ ଆହୁରି ୪ ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ଆସନ୍ତା କାଲିଠୁ ପୁଣି ବଢିବ ବର୍ଷା ପରିମାଣ । ଆଜି ପ୍ରବଳ ବର୍ଷା ପାଇଁ ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ବିଶେଷ କରି ଉପକୂଳ, ଉତ୍ତର ଓ ପଶ୍ଚିମ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବ ।

ସକାଳୁ ସକାଳୁ ଟୁଇନ ସିଟି କଟକ-ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ହେଉଛି । ସେପଟେ କାଲି ପ୍ରବଳ ବର୍ଷା ହେବା ନେଇ ସାରା ରାଜ୍ୟକୁ ଜାରି ହୋଇଛି ୟେଲୋ ଆଲର୍ଟ । କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ଭୀଷଣ ବର୍ଷା ହୋଇପାରେ । ସେହିଭଳି ସେପ୍ଟେମ୍ବର ୧ ତାରିଖରେ ବି ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ । ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି ହୋଇଛି । ୨ ତାରିଖରେ ବି ସବୁ ଜିଲ୍ଲାକୁ ଜାରି କରାଯାଇଛି ୟେଲୋ ଆଲର୍ଟ । ଏହିପରି ସେପ୍ଟେମ୍ବର ୩ ତାରିଖ ପର୍ଯ୍ୟନ୍ତ ବର୍ଷାର ପ୍ରକୋପ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ