Masthead

ସିକ୍କିମ ମୁଖ୍ୟମନ୍ତ୍ରୀଙ୍କ ଫେସବୁକରେ ଶ୍ରୀମନ୍ଦିର ଭିତର ଫଟୋ ଅପଲୋଡ୍

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ଭିତର ଫଟୋ ସୋସିଆଲ ମିଡିଆରେ ଅପଲୋଡ୍। ସିକିମ ମୁଖ୍ୟମନ୍ତ୍ରୀଙ୍କ ସୋସିଆଲ ମିଡିଆ ଆଇଡିରୁ ଏହି ଫଟୋ ଅପଲୋଡ୍ ହୋଇଛି। ଶ୍ରୀମନ୍ଦିର ପରିସର ମା’ ବିମଳା ମନ୍ଦିର ନିକଟର କିଛି ଫଟୋ ଅପଲୋଡ ହୋଇଛି। ତେବେ କିପରି ମୁଖ୍ୟମନ୍ତ୍ରୀଙ୍କ ସୋସିଆଲ ସାଇଟକୁ ଫଟୋ ଅପଲୋଡ ହେଲା ଏହାକୁ ନେଇ ନିନ୍ଦା କରିଛି ଆମ ଆଦମୀ ପାର୍ଟି। ଏହି ଫଟୋଟି ଶ୍ରୀମନ୍ଦିର ଭିତର ବେଢାରେ ଥିବା ପାର୍ଶ୍ବ ଦେବଦେବୀଙ୍କ ମନ୍ଦିର ନିକଟର ବୋଲି ଜଣାପଡୁଛି । ତେବେ ବିଭିନ୍ନ ମହଲରେ ଅସନ୍ତୋଷ ପରେ ଏହି ଫଟୋଟିକୁ ଡିଲିଟ୍ କରିଦିଆଯାଇଛି ।

ଫେସବୁକ୍ ପୋଷ୍ଟରେ ସିକ୍କିମ ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଲେଖାଯାଇଛି, ପବିତ୍ର ଜଗନ୍ନାଥ ମନ୍ଦିର ପରିଦର୍ଶନ କରି ମୁଁ ଧନ୍ୟ ଅନୁଭବ କଲି । ଯାହା ଶାନ୍ତି ଭକ୍ତି ଏବଂ ଆଧ୍ୟାତ୍ମିକ ଶକ୍ତିର ବିକିରଣ କରୁଥିବା ଏକ ଭବ୍ୟସ୍ଥଳ ‍ବୋଲି ଲେଖା ଯାଇଥିଲା । ତେବେ ଶ୍ରୀମନ୍ଦିର ଭିତରେ ଫଟୋ ଉଠାକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ତରଫରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ । ସିକ୍କିମ ମୁଖ୍ୟମନ୍ତ୍ରୀଙ୍କ ପୁରୀ ଶ୍ରୀମନ୍ଦିର ଗସ୍ତ ସମୟରେ ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟେ।ତି ପରିଡା, ଏସପି ପ୍ରତୀକ ସିଂହଙ୍କ ସମେତ ଅନ୍ୟାନ୍ୟ ବରିଷ୍ଠ ପ୍ରଶାସନିକ ଅଧିକାରୀ ଉପସ୍ଥିତ ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା