Masthead

ସାର ପ୍ରସଙ୍ଗ, ବିଜେପି-ବିଜେଡି ମୁହିାଁମୁହିଁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାରା ରାଜ୍ୟରେ ସାର ଯୋଗାଣରେ ବ୍ୟାପକ ଅବ୍ୟବସ୍ଥା, କଳାବଜାରୀ, ଅପମିଶ୍ରଣ ଏବଂ ବଜାରରେ ୟୁରିଆ ମିଳୁ ନ ଥିବାରୁ ଚାଷୀମାନେ ହନ୍ତସନ୍ତ ହେଉଛନ୍ତି। ଚାଷୀମାନଙ୍କର ଏ ସମସ୍ୟା ନେଇ ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା  ନବୀନ ପଟ୍ଟନାୟକ। ଏହାର ପ୍ରତିକାର ନିମନ୍ତେ ସେ କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ଜେ.ପି ନଡ୍ଡାଙ୍କୁ ପତ୍ର ଲେଖି ସାର ଯୋଗାଣରେ ଅବ୍ୟବସ୍ଥା ସମ୍ପର୍କରେ ଅବଗତ କରାଇବାସହତୁରନ୍ତ ଆବଶ୍ୟକୀୟ ୟୁରିଆ ଯୋଗାଣ ସୁନିଶ୍ଚିତ କରିବାକୁ ଦାବି କରିଛନ୍ତି।

ସେପଟେ ସାର ପ୍ରସଙ୍ଗକୁ ନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ନବୀନଙ୍କୁ ପ୍ରଶ୍ନ କରିଛନ୍ତି । ମନମୋହନ କହିଛନ୍ତି ସାର ଉପରେ କହିବାକୁ ନବୀନଙ୍କ ନୈତିକତା ନାହିଁ । ବିଜେଡି ସରକାର ବର୍ଷ ବର୍ଷ ଧରି ୟୁରିଆ ଦେଇ ପାରୁନଥିଲେ । ହଜାର ହଜାର ଟଙ୍କାର ସାର ଦୁର୍ନୀତି ଅଭିଯୋଗ ଆସିଥିଲା ।

ସାର ଯୋଗାଇଦେବାକୁ ସରକାର ସବୁ ବ୍ୟବସ୍ଥା କରୁଛନ୍ତି ବୋଲି କହିଛନ୍ତି ମନମୋହନ । ଅନ୍ୟପଟେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି ରାଜ୍ୟରେ ସାରର ଅଭାବ ନାହିଁ । କେଉଁଠି ଅସୁବିଧା ପାଇଁ ନ ପହଞ୍ଚି ଥାଇପାରେ । ନବୀନ ବାବୁ କେବଳ ଚିଠି ଲେଖନ୍ତି, ପୂର୍ବରୁ ଦିଦିଙ୍କୁ ବି ଚିଠି ଲେଖିଥିଲେ । ଫଳ କଣ ହେଲା ସମସ୍ତେ ଜାଣିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ