Masthead

୧୬ ନୂଆ ଏନଏସି, ୭ ନୂଆ ମ୍ୟୁନିସିପାଲଟି ଘୋଷଣା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା । ସ୍ବାୟତ୍ତ ଶାସନ ଦିବସ ପାଳନ ଅବସରରେ ରାଜ୍ୟରେ ଆଉ ୧୬ ନୂଆ NAC ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୭ଟି ନୂଆ ମ୍ୟୁନିସିପାଲଟି ଘୋଷଣା କରିଛନ୍ତି । ବଲାଙ୍ଗୀର ଜିଲ୍ଲାର ଲୋଇସିଂହା ସହିତ ବରଗଡ଼ ଜିଲ୍ଲାର ସହେଲା, କଟକ ଜିଲ୍ଲାର ବଡ଼ମ୍ବା, ନରସିଂହପୁର ଏବଂ ସାଲେପୁରକୁ ଏନଏସି ଭାବେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହାସହିତ ଢେଙ୍କାନାଳ ଜିଲ୍ଲାର ଗଁନ୍ଦିଆ, ଗଞ୍ଜାମ ଜିଲ୍ଲାର ଜଗନ୍ନାଥପ୍ରସାଦ ଏବଂ ପାତ୍ରପୁର, ଯାଜପୁର ଜିଲ୍ଲାର ଚଣ୍ଡୀଖୋଲ, କଳାହାଣ୍ଡି ଜିଲ୍ଲାର ନର୍ଲା ଏବଂ ଜୟପାଟଣା, ଖୋର୍ଦ୍ଧା ଜିଲ୍ଲାରୁ ଟାଙ୍ଗୀ, କୋରାପଟୁ ଜିଲ୍ଲାର ବୋରିଗୁମ୍ମା, ମୟୂରଭଞ୍ଜ ଜିଲ୍ଲାର କପ୍ତିପଦା, ଯଶୀପୁର ଓ ରାସଗୋବିନ୍ଦପୁରକୁ ନୂଆ ଏନଏସି ଭାବେ ଘୋଷଣା କରାଯାଇଛି । ସେହିପରି ବର୍ତ୍ତମାନ ଏନଏସି ଥିବା ମୟୂରଭଞ୍ଜର କରଞ୍ଜିଆକୁ ନୂଆ ମ୍ୟୁନିସିପାଲଟି ଭାବେ ଘୋଷଣା କରାଯାଇଛି । ଏହାସହ ବୌଦ୍ଧ ଜିଲ୍ଲାର ବୌଦ୍ଧ, ଗଞ୍ଜାମ ଜିଲ୍ଲାର ସର୍ବାଧିକ ଭଞ୍ଜନଗର, ଆସ୍କା, ଛତ୍ରପୁର, କବିସୂର୍ଯ୍ୟନଗର ଓ ପୋଲସରାକୁ ନୂଆ ମ୍ୟୁନିସିପାଲଟି ଭାବେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ଓଡ଼ିଶାରେ ବର୍ତ୍ତମାନ ୧୭୨ଟି ନଗର ସ୍ଥାନୀୟ ସଂସ୍ଥା (ULB) ରହିଛି, ଯେଉଁଥିରେ ୬ଟି ମହାନଗର ପାଳିକା, ୫୪ଟି ନଗର ପାଳିକା ଏବଂ ୬୨ଟି NAC ଅନ୍ତର୍ଭୁକ୍ତ। ୨୦୨୪ ଓ ବିଧାନସଭା ର୍ନିବାଚନ ପୂର୍ବରୁ ସମୟରେ ରାଜ୍ୟ ସରକାର ୫୬ଟି ନୂଆ NAC ଘୋଷଣା କରିଥିଲେ ଏବଂ ୬ଟି NACକୁ ନଗର ପାଳିକାରେ ପରିଣତ କରିଥିଲେ। ଏବେ ନୂଆ NAC  ଘୋଷଣା ସହରୀ ଅଞ୍ଚଳରେ ଜନସଂଖ୍ୟା ବୃଦ୍ଧି ଏବଂ ସାମାଜିକ-ଆର୍ଥିକ ଉନ୍ନୟନର ଆବଶ୍ୟକତାକୁ ଦୃଷ୍ଟିରେ ରଖି କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ