Masthead

ଆମ୍ବୁଲାନ୍ସରେ ଅକ୍ସିଜେନ ନଥିବାରୁ ମହିଳା ମୃତ

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ଆମ୍ବୁଲାନ୍ସରେ ଅକ୍ସିଜେନ ନଥିବାରୁ ଚାଲିଗଲା ମହିଳାଙ୍କ ଜୀବନ । ଗୁରୁତର ରୋଗୀକୁ କଟକ ସ୍ଥାନାନ୍ତରିତ କରାଯାଉଥିବା ସମୟରେ ଅଧାବାଟରେ ଅକ୍ସିଜେନ ନଥିବାରୁ ଚାଲିଗଲା ମହିଳାଙ୍କ ଜୀବନ । ପରେ ଉତକ୍ତ୍ୟ ଲୋକେ ଆମ୍ବୁଲାନ୍ସକୁ ଭଙ୍ଗାରୁଜା କରିବା ସହ ଜଗତସିଂହପୁର ଥାନାରେ ଭର୍ତ୍ତି କରିଛନ୍ତି । ଜଗତସିଂହପୁର ଥାନା ଅଳା ପଞ୍ଚାୟତ ବ୍ରାହ୍ମଣଖଣ୍ଡ ଗ୍ରାମର କମଳା ପଣ୍ଡା ନାମକ ଜଣେ ୫୮ ବର୍ଷୀୟ ମହିଳା ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ ।

ଜଗତସିଂହପୁର ମେଡିକାଲ ଓ ପରେ ମା କୁତାମଚଣ୍ଡୀ ନାମକ ଏକ ଘରୋଇ ଆମ୍ବୁଲାନ୍ସରେ କଟକ ସ୍ଥାନାନ୍ତରିତ ହେଉଥିବା ସମୟରେ ଜଗତସିଂହପୁର ସହର ଗୋପାଳସାଗର ନିଜଟରେ ରୋଗୀକୁ ଆମ୍ବୁଲାନ୍ସରେ ଅକ୍ସିଜେନର ଆବଶ୍ୟକ ପଡିଥିଲା । ମାତ୍ର ଆମ୍ବୁଲାନ୍ସରେ ଅକ୍ସିଜେନ ନଥିବାରୁ ମହିଳାଙ୍କ ମୃତ୍ୟୁ ହୋଇଥିଲା । ଯାହାକୁ ନେଇ ଉତ୍ତେଜନା ସୃଷ୍ଟି ହୋଇ ଲୋକମାନେ ଆମ୍ବୁଲାନ୍ସକୁ ଭଙ୍ଗାରୁଜା କରିବା ସହ ଜଗତସିଂହପୁର ଥାନାରେ ଭର୍ତ୍ତି କରିଛନ୍ତି । ମୃତକ ମହିଳା ଜଗତସିଂହପୁର ଅଞ୍ଚଳର ବରିଷ୍ଠ ଆଇନଜୀବୀ ପିତାମ୍ବର ପଣ୍ଡାଙ୍କ ସ୍ତ୍ରୀ ବୋଲି ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ