Masthead

ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ହେବ ବୈଠକ । ନିଳାଦ୍ରୀ ଭକ୍ତ ନିବାସରେ ଦିନ ୧୦ଟାରେ ହେବ ବୈଠକ । ନୂଆ ସବ୍ କମିଟି ଗଠନ ସହ ବିଭିନ୍ନ ପ୍ରସଙ୍ଗରେ ହେବ ଆଲେଚନା । ଏହି ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସପିଙ୍କ ସହ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ମାନେ ଯୋଗ ଦେବେ। ଏଥିସହ ନୂତନ ଭାବେ ମନୋନୀତ ହୋଇଥିବା ପରିଚାଳନା କମିଟିର ସେବାୟତ ସଦସ୍ୟଙ୍କ ସହ ଅନ୍ୟାନ୍ୟ ବରିଷ୍ଠ ବ୍ୟକ୍ତି ବିଶେଷ ବୈଠକରେ ଭାଗ ନେବେ‌। ବୈଠକରେ ନୂତନ ସଦସ୍ୟଙ୍କୁ ସ୍ବାଗତ, ନୂତନ ସବ କମିଟି ଗଠନ, ଗତ ମେ ୨୬ ତାରିଖରେ ଅନୁଷ୍ଠିତ ହୋଇଥିବା ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ଉଚ୍ଚସ୍ତରୀୟ ପ୍ରଶାସନିକ ବୈଠକର ବିବରଣୀ ପଠନ ଓ ଦୂଢିକରଣ ନେଇ ଆଲୋଚନା ହେବ। ସେପଟେ ଆସନ୍ତା ୧୫ ତାରିଖରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା କାର୍ୟ୍ୟକାରୀ କରାଯିବା ନେଇ ଆଜିର ବୈଠକରେ ନିଷ୍ପତ୍ତି ନିଆଯିବ। ରତ୍ନ ଭଣ୍ଡାରର ସମସ୍ତ ରତ୍ନ ଅଳଙ୍କାରର ଗଣତି ମଣତି ନେଇ ମଧ୍ୟ ନିଷ୍ପତ୍ତି ଗ୍ରହଣ କରାଯିବ।

୨୦୨୪ ଅଗଷ୍ଟରେ ପରିଚାଳନା କମିଟିର ଅବଧି ପୂରିଯିବା ପରେ ନୂଆ ପରିଚାଳନା କମିଟି ଗଠନ ହୋଇନଥିଲା। ବିନା ପରିଚାଳନା କମିଟିରେ ମହାପ୍ରଭୁଙ୍କ ଚଳିତ ବର୍ଷ ରଥଯାତ୍ରା ଆୟୋଜନ ହୋଇଥିବା ବେଳେ ଏଥିରେ ବ୍ୟାପକ ବିଭ୍ରାଟ ଦେଖାଯାଇଥିଲା। ସେହିପରି ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ପାଇଁ ଧାଡି ଦର୍ଶନ ବ୍ୟବସ୍ଥା କାର୍ଯ୍ୟକାରୀ ନିମନ୍ତେ ପରିଚାଳନା କମିଟିର ଅନୁମୋଦନ ନଥିବାରୁ ଏହି ବ୍ୟବସ୍ଥା କାର୍ଯ୍ୟକାରୀ ହୋଇପାରିନାହିଁ। ରତ୍ନ ଭଣ୍ଡାରର ମରାମତି କାର୍ଯ୍ୟ ଶେଷ ହୋଇଥିଲେ ମଧ୍ୟ ଅସ୍ଥାୟୀ ଷ୍ଟ୍ରଙ୍ଗ ରୁମରେ ମହାପ୍ରଭୁଙ୍କର ସମସ୍ତ ରତ୍ନ ଅଳଙ୍କାର ରହିଛି। ଏହାର ଗଣତି ମଣତି ପାଇଁ ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯିବା ସହ ଧାଡ଼ି ଦର୍ଶନ ବ୍ୟବସ୍ଥା କାର୍ୟ୍ୟକାରୀ ନେଇ ନିଷ୍ପତ୍ତି ଗ୍ରହଣ କରାଯିବ। ତେବେ ଶ୍ରୀମନ୍ଦିର ନୂଆ ପରିଚାଳନା କମିଟି ଗଠନ ହୋଇ ସାରିଥିବାରୁ ମହାପ୍ରଭୁଙ୍କ ନୀତିକାନ୍ତି ଠାରୁ ଆରମ୍ଭ କରି ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ଠିକରେ କାର୍ଯ୍ୟକାରୀ ହୋଇପାରିବ ବୋଲି ଆଜିର ବୈଠକରେ ଆଶା କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା