Masthead

୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆଉ ଦୁଇ ଦିନ ଲାଗି ରହିବ ଲଘୁଚାପ ବର୍ଷା । ବିଶେଷ କରି ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । କଟକ, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ସହ ପ୍ରବଳ ବର୍ଷା ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଜି ସାରା ରାଜ୍ୟରେ ବର୍ଷା ହେବାକୁ ଥିବା ବେଳେ ପ୍ରବଳ ବର୍ଷାକୁ ନେଇ ସମ୍ବଲପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ମେଘୁଆ ପାଗ ସହ ପବନ ପାଇଁ ସମୁଦ୍ର ଅଶାନ୍ତ ରହିବ ।

ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ଆସନ୍ତା ୮ ତାରିଖ ଯାଏଁ ରାଜ୍ୟରେ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର,  ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବରଗଡ଼, ଦେବଗଡ଼, ଅନୁଗୁଳ,  ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା,  ବଲାଙ୍ଗୀର, କଳାହାଣ୍ଡି ସମେତ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ  ବର୍ଷା ଆଶଙ୍କା ଅଛି । ଶୁକ୍ରବାର ପଶ୍ଚିମ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି  ସହ ବର୍ଷା ହୋଇପାରେ ।

ଶନିବାର ଓ ରବିବାର ମଧ୍ୟ ଉପକୂଳ ଓଡ଼ିଶାର କିଛି  ସ୍ଥାନରେ କାଁ ଭାଁ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ବୁଧବାର ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ଯାଜପୁରରେ  ସର୍ବାଧିକ ୧୨୧ ମିମି ବର୍ଷା ଢାଳିଛି । ଚାନ୍ଦବାଲିରେ ୮୫.୬ମିମି, କେନ୍ଦୁଝରରେ  ୩୬.୮, ସମ୍ବଲପୁରରେ ୩୫.୨, ବାରିପଦାରେ ୩୩.୨, ପାରଳାଖେମୁଣ୍ଡିରେ ୨୮,  ମାଲକାନଗିରିରେ ୧୨.୪, ରାୟଗଡ଼ାରେ ୧୪.୪ ମିମି ବର୍ଷା ହୋଇଛି । ନିର୍ଧୁମ  ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା