୪ଦିନ ବିଜୁଳି ଘଡ଼ଘଡି ସହ ବର୍ଷା!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ସକ୍ରିୟ ରହିଛି ଲଘୁଚାପ ।  ଓଡ଼ିଶାରେ ସକ୍ରିୟ ଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଗୁରୁବାର ଦୁର୍ବଳ ହୋଇ ଲଘୁଚାପର ରୂପ ନେଇଛି। ଏହା ଉତ୍ତର ଛତିଶଗଡ଼ ତଥା ପାଶର୍‌ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ ଭାବେ ସକ୍ରିୟ ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ପୂର୍ବ ମଧ୍ୟପ୍ରଦେଶମୁହାଁ ହେବ। ପାଣିପାଗ ନିୟାମକ ପ୍ରଭାବରେ ଗତ ୨୪ ଘଣ୍ଟାରେ ୧୮ଟି ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଥିବାବେଳେ ଆଉ ୪ଦିନ ରାଜ୍ୟକୁ ବିଜୁଳି ଘଡ଼ଘଡି ସହ ବର୍ଷା ହେବା ନେଇ ସତର୍କତା ଜାରି କରାଯାଇଛି। ଶୁକ୍ରବାରଠାରୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ୨୦ଟି ଜିଲାକୁ ୟେଲୋ ୱାର୍ନିଂ ଜାରି ହୋଇଛି। ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଶନିବାରଠାରୁ ବର୍ଷାର ପରିମାଣ ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ