Masthead

ବିଜୁଳି ଘଡଘଡି ସହ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆହୁରି ୨୪ଘଣ୍ଟା ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଶନିବାର ସାରା ରାଜ୍ୟରେ ବିଜୁଳି ଘଡଘଡି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଆସନ୍ତା ୯ ତାରିଖ ଯାଏ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କତା ଜାରି ହୋଇଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛନ୍ତି। ଗତ ୨୪ ଘଣ୍ଟାରେ ବରଗଡ଼ ଜିଲା ପଦମପୁର ଅଞ୍ଚଳରେ ସର୍ବାଧିକ ୮.୮ ସେମି ବର୍ଷା ରେକର୍ଡ କରାଯାଇଛି। ଏହାଛଡ଼ା ଝାରସୁଗୁଡା, ବାଲେଶ୍ବର, ଭଦ୍ରକ, କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ସୁନ୍ଦରଗଡ, ଦେବଗଡ ଆଦି ଜିଲାର ସ୍ଥାନେ ସ୍ଥାନେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି। ଏହା ପ୍ରଭାବରେ ଆଉ ୨୪ ଘଣ୍ଟା ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ