Masthead

ଆଜି ପୂର୍ଣ୍ଣ ଚନ୍ଦ୍ରଗ୍ରହଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୦୨୫ର ଦ୍ୱିତୀୟ ତଥା ଅନ୍ତିମ ଚନ୍ଦ୍ର ଗ୍ରହଣ ରବିବାର ହେବାକୁ ଯାଉଛି। ଏହି ଚନ୍ଦ୍ର ଗ୍ରହଣ ଭାରତରେ ଦୃଶ୍ୟମାନ ହେବ। ଏହା ଏକ ବିରଳ ମୁହୂର୍ତ୍ତ, ଯେଉଁଥିରେ ଚନ୍ଦ୍ର ପୃଥିବୀର ଛାଇ ଦେଇ ଗତି କରିବ। ଭାରତୀୟ ସମୟ ଅନୁଯାୟୀ, ରବିବାର ରାତି ୯.୫୮ରୁ ଗ୍ରହଣ ଆରମ୍ଭ ହୋଇ ବିଳମ୍ବିତ ରାତ୍ରି ୦୧.୨୬ରେ ଶେଷ ହେବ। ଚନ୍ଦ୍ରଗ୍ରହଣର ମୋଟ ଅବଧି ୩ ଘଣ୍ଟା ୨୮ ମିନିଟ୍‌ ରହିବ।

ତେବେ ଚନ୍ଦ୍ରଗ୍ରହଣର ସର୍ବାଧିକ ପ୍ରଭାବ ରବିବାର ରାତି ୧୧.୦୧ରୁ ମଧ୍ୟରାତ୍ରି ୧୨.୨୨ ମଧ୍ୟରେ ରହିବ ଏବଂ ଗ୍ରହଣର ପିକ୍‌ ଟାଇମ୍‌ ରାତି ୧୧.୪୨ ରହିବ। ଅର୍ଥାତ୍‌ ଏହି ସମୟରେ ହିଁ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ଦେଖିବାକୁ ମିଳିବ। ଜ୍ୟୋତିଷ ଶାସ୍ତ୍ରରେ ଚନ୍ଦ୍ରଗ୍ରହଣକୁ ଗୁରୁତ୍ବପୂର୍ଣ୍ଣ ମାନ୍ୟତା ଦିଆଯାଏ । ଗଣନା କରି ଜ୍ୟୋତିଷ ଗ୍ରହଣର ୯ ଘଣ୍ଟା ପୂର୍ବରୁ ପାକ ତ୍ୟାଗ କରିବାକୁ ପରାମର୍ଶ ଦେଇଛନ୍ତି । ମଧ୍ୟାହ୍ନ ୧୨ଟା ୫୮ରେ ପାକତ୍ୟାଗ କରିବାକୁ କହିଛନ୍ତି  । ଆଜିଠୁ ପିତୃଶ୍ରାଦ୍ଧ ଆରମ୍ଭ ହେଉଥିବାରୁ ଗ୍ରହଣ ସ୍ପର୍ଶ ପୂର୍ବରୁ ଶ୍ରାଦ୍ଧ ଓ ଦେବନୀତି ସମ୍ପନ୍ନ କରିବାକୁ ପରାମର୍ଶ ଦିଆଯାଇଛି । ସେହିପରି ଗର୍ଭବତୀ, ଶିଶୁ ସତର୍କ ରହିବାକୁ କୁହାଯାଇଛି ।

ସେପଟେ ଚନ୍ଦ୍ରଗ୍ରହଣ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ତଥା ସଅଳ ନୀତିକାନ୍ତି ଅନୁଷ୍ଠିତ ହୋଇଛି । ଆଜି ମଧ୍ୟାହ୍ନ ୧୨ଟା ୫୭ମିନିଟ ୨୨ ସେକେଣ୍ଡରେ ପାକ ତ୍ୟାଗ ଓ ଦେବ ନୀତି ନିଷେଧ ରହିଛି । ଗ୍ରହଣ ସ୍ପର୍ଶ ରାତି ୯ଟା ୫୭ ମିନିଟ ୨୨ ସେକେଣ୍ଡରେ ରହିଥିବା ବେଳେ ସର୍ବମୋକ୍ଷ ରାତି ୧ ଟା ୨୭ ମିନିଟ ୧୭ ସେକେଣ୍ଡ ପର୍ଯ୍ୟନ୍ତ ରହିଛି । ଏହାକୁ ଦୃଷ୍ଟିରେ ରଖି ରାତି ୨ଟାରେ ଦ୍ୱାରଫିଟା ନୀତି କରାଯାଇଛି ।

ଏଥିସହ ସାଢ଼େ ୨ଟାରେ ଭିତର ଶୋଧ, ୨ଟା ୪୦ରେ ମଙ୍ଗଳ ଆଳତି, ମଇଲମ ଓ ତଡ଼ପଲାଗି ୩ଟା, ଅବକାଶ ଓ ରୋଷହୋମ ସାଢ଼େ ୩ଟାରେ କରାଯାଇଛି । ପରେ ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା, ଗୋପାଳବଲ୍ଲଭ ସରିବା ପରେ ଭୋର ୫ଟାରୁ ୬ଟା ମଧ୍ୟରେ ସକାଳ ଧୂପ ସମ୍ପନ୍ନ ହୋଇଛି । ୬ଟା ୧୫ ରେ ମଇଲମ, ସାଢ଼େ ୭ଟାରେ ଭୋଗମଣ୍ଡପ ଶେଷ ହୋଇ ସକାଳ ୮ଟାରୁ ୯ଟା ମଧ୍ୟରେ ମଧ୍ୟାହ୍ନ ଧୂପ ସମ୍ପନ୍ନ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ