Masthead

୧୩ ଯାଏଁ ପ୍ରବଳ ବର୍ଷିବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୧୩ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଆଜି ପାଇଁ ୮ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି । ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିରକୁ ୟେଲୋ ୱାର୍ଣ୍ଣିଂ  ।  ଉତ୍ତର ପଶ୍ଚିମ ବଙ୍ଗୋପସାଗର  ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଦକ୍ଷିଣ  ଓଡ଼ିଶା ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା  ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

୮ ତାରିଖରେ ମାଲକାନଗିରି, କୋରାପୁଟ,  ରାୟଗଡ଼ା ଓ ଗଜପତିର କିଛି ସ୍ଥାନରେ ଅଧିକ ବର୍ଷା  ହେବ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର  କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି ।  ୯ରେ ଆଭ୍ୟନ୍ତରୀଣ ଓ ଦକ୍ଷିଣରେ କାଁ ଭାଁ ବର୍ଷା ହେବ ।  ୧୦ ତାରିଖରେ ଦକ୍ଷିଣ ଓଡ଼ିଶାର ହାତଗଣତି କିଛି  ସ୍ଥାନରେ ବିକ୍ଷିପ୍ତ ବର୍ଷା ହୋଇପାରେ । ୧୧ରେ ମୟୂରଭଞ୍ଜ  ଓ କେନ୍ଦୁଝରର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ  ବର୍ଷା ଆଶଙ୍କା ଅଛି । ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର  କିଛି ସ୍ଥାନରେ ଅଧିକ ବର୍ଷା ହେବ । ୧୨ ଓ ୧୩ରେ  ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଅଧିକ ବର୍ଷିପାରେ  ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?