ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦୁଇଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କାଲି ଉପରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ । ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି ମୁଖ୍ୟମନ୍ତ୍ରୀ । ମନମୋହନ ସାମଲ ଦିଲ୍ଲୀରେ ଥିବାରୁ ରାଜ୍ୟ ସଂଗଠନ ନେଇ କିଛି ହୋଇପାରେ । କେନ୍ଦ୍ରୀୟ ନେତୃତ୍ୱଙ୍କ ସହ ଆଲୋଚନା କରିପାରନ୍ତି ମୋହନ-ମନମୋହନ । କମିଟି, ବୋର୍ଡ ନିଗମ ନିଯୁକ୍ତି, ମନ୍ତ୍ରିମଣ୍ଡଳ ନେଇ ଆଲୋଚନା କରିପାରନ୍ତି ।
ଉଭୟ ମୋହନ ଓ ମନମୋହନଙ୍କ ସମାନ ସମୟରେ ଦିଲ୍ଲୀ ଗସ୍ତ ରାଜନୈତିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଉଛି । ଗତ ୫ ତାରିଖରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଫେରିଥିଲେ । ଏହି ସମୟରେ ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ମନୋହର ଲାଲ ଖଟ୍ଟରଙ୍କୁ ଭେଟିଥିଲେ। ବିଜେପି ନୂଆ ଟିମ୍ ନେଇ ମଧ୍ୟ ଆଲୋଚନା ହୋଇଛି । ଆଗକୁ ପୁଣି ଥରେ ଶୀର୍ଷ ନେତୃତ୍ୱଙ୍କ ସହ ତାଙ୍କର ବୈଠକ ବସିବ ।
ରବିବାର ବିଳମ୍ବିତ ରାତିରେ ସେ ପୁଣି ଥରେ ଦିଲ୍ଲୀ ଯାଇଛନ୍ତି । ନିଗମ ଓ ବୋର୍ଡ ନିଯୁକ୍ତି ସହିତ ବିଜେପିର ନୂଆ ଟିମ୍ ଗଠନ ଉପରେ କେନ୍ଦ୍ରୀୟ ନେତାଙ୍କ ସହ ତାଙ୍କର ଆଲୋଚନା ହୋଇଛି । ଖୁବ୍ଶୀଘ୍ର ଏହା ଘୋଷଣା କରାଯିବ । ବିଧାନସଭାର ମୌସୁମୀ ଅଧିବେଶନ ପରେ ମନ୍ତ୍ରୀମଣ୍ଡଳ ସଂପ୍ରସାରଣ ହେବ ବୋଲି ସୂଚନା ମିଳିଛି । ମନମୋହନଙ୍କ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ।
