Masthead

ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଜାରି ରହିଛି ବର୍ଷା । ଦକ୍ଷିଣ ଓଡ଼ିଶାରେ ପୁଣି ପ୍ରବଳ ବର୍ଷା ହୋଇପାରେ। ଆଜି ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ପାଣିପାଗବିଭାଗ ଏଭଳି ପୂର୍ବାନୁମାନ କରିଛି । ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ।୧୨ ତାରିଖରେ ନବରଙ୍ଗପୁର, ନୂଆପଡ଼ା, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହୋଇପାରେ।

ଉପକୂଳ, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୧୩ ଓ ୧୪ ତାରିଖରେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।ସେପଟେ ଆଜି ସକାଳୁ ସକାଳୁ ନୂଆପଡ଼ାରେ ବଜ୍ରାଘାତରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ବୋଡେନ୍ ଥାନା ଡୁର୍କାମୁଣ୍ଡା ଗାଁରେ ବଜ୍ରାଘାତ ଜଣଙ୍କର ମୃତ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ଚାଷ ଜମିକୁ ଯାଇଥିବା ବେଳେ ବଜ୍ରାଘାତର ଶିକାର ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି