Masthead

ନୂଆ ଉପରାଷ୍ଟ୍ରପତି ଭାବେ ଶପଥ ନେବେ ସି.ପି. ରାଧାକ୍ରିଷ୍ଣନ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଶପଥ ନେବେ ନୂଆ ଉପରାଷ୍ଟ୍ରପତି । ୧୫ତମ ଉପରାଷ୍ଟ୍ରପତି ଭାବେ ଶପଥ ନେବେ ସି.ପି. ରାଧାକ୍ରିଷ୍ଣନ୍ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ହେବ ଶପଥ ସମାରୋହ । ଇଣ୍ଡି ମେଂଟ ବି.ସୁଦର୍ଶନ ରେଡ୍ଡିଙ୍କୁ ହରାଇ ଜିତିଛନ୍ତି ସି.ପି. ରାଧାକ୍ରିଷ୍ଣନ୍ । ଗତକାଲି ମହାରାଷ୍ଟ୍ର ରାଜ୍ୟପାଳ ପଦରୁ ଇସ୍ତଫା ଦେଇଥିଲେ ସି.ପି ରାଧାକ୍ରିଷ୍ଣନ୍ । ୪୫୨ ଭୋଟ ପାଇ ଉପରାଷ୍ଟ୍ରପତି ଭାବେ ସେ ନିର୍ବାଚିତ ହୋଇଥିବା ବେଳେ ବିରୋଧୀ ପ୍ରାର୍ଥୀ ଭାବେ ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି ବି. ସୁଦର୍ଶନ ରେଡ୍ଡୀ ମାତ୍ର ୩୦୦ଟି ଭୋଟ ପାଇଥିଲେ । ଆଗାମୀ ୫ବର୍ଷ ଯାଏ ଉପରାଷ୍ଟ୍ରପତି ଭାବେ ତୁଲାଇବେ କାର୍ଯ୍ୟଭାର ।

ଜଗଦୀପ ଧନଖଡ଼ଙ୍କ ଇସ୍ତଫା ପରେ ଖାଲି ପଡ଼ିଥିଲା ଉପରାଷ୍ଟ୍ରପତି ପଦ । ଏନଡିଏ ପକ୍ଷରୁ ପ୍ରାର୍ଥୀ ହୋଇଥିଲେ ସିପି ରାଧାକ୍ରିଷ୍ଣନ । ୪୫୨ ଭୋଟ ପାଇ ଉପରାଷ୍ଟ୍ରପତି ଭାବେ ହୋଇଛନ୍ତି ନିର୍ବାଚିତ । ମହାରାଷ୍ଟ୍ରର ରାଜ୍ୟପାଳ ଭାବେ ଦାୟିତ୍ବ ତୁଲାଇଥିଲେ ସିପି ରାଧାକ୍ରିଷ୍ଣନ । ପୂର୍ବରୁ ଝାରଖଣ୍ଡ, ପୁଡୁଚେରୀ, ତେଲେଙ୍ଗାନା ରାଜ୍ୟପାଳ ଥିଲେ । ୧୯୯୮, ୧୯୯୯ରେ କୋଏମ୍ବାଟୁରରୁ ସାଂସଦ ଥିଲେ । ତାମିଲନାଡୁର ପୋଖତ୍‌ ରାଜନେତା ସିପି ରାଧାକ୍ରିଷ୍ଣନ । ୪୦ବର୍ଷର ଦୀର୍ଘ ରାଜନୈତିକ କ୍ୟାରିୟର ରହିଛି ।୧୬ ବର୍ଷ ବୟସରୁ ଆରଏସଏସରେ ସାମିଲ ହୋଇଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି