Masthead

ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲଘୁଚାପ ପ୍ରଭାବରେ ରାଜ୍ୟରେ ହୋଇପାରେ ବର୍ଷା । ଆସନ୍ତା ଦୁଇ ଦିନ ରାଜ୍ୟର ବିକ୍ଷିପ୍ତ ସ୍ଥାନରେ ଭାରି ବର୍ଷା ହୋଇପାରେ। ଆଜି ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ର ବିକ୍ଷିପ୍ତ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା। ଗତକାଲି ସୋମବାର ମଧ୍ୟ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଗଞ୍ଜାମ, ଗଜପତି ଓ ରାୟଗଡ଼ାର କିଛି ସ୍ଥାନରେ ଭାରି ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଦୁଇ ଦିନ ରାଜ୍ୟରେ ଅଧିକ ବର୍ଷା ହୋଇପାରେ।

ଆଜି ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା ଅଛି। ସୋମବାର ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୧୬ ଓ ୧୭ ତାରିଖରେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶା ସମେତ ଅନ୍ୟ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ