Masthead

୭ ଟି ବିଭାଗର ୧୬୮୬ ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଭୁବନେଶ୍ୱରରେ ଅନୁଷ୍ଠିତ ହେବ ବିରାଟ ନିଯୁକ୍ତି ମେଳା । ୭ଟି ବିଭାଗରେ ୧୬୮୬ ଜଣଙ୍କୁ ନିଯୁକ୍ତି ଦେବେ ରାଜ୍ୟ ସରକାର । ନିଯୁକ୍ତିପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କର ରହିଛି ଗୁରୁତ୍ତ୍ୱପୂର୍ଣ କାର୍ୟ୍ୟକ୍ରମ । ସ୍ବାସ୍ଥ୍ୟ, ଆଇନ, ଜଳସମ୍ପଦ, ଅର୍ଥ ଓ ପଶୁ ସମ୍ପଦ ବିଭାଗ ଭଳି ଅନ୍ୟ ବିଭାଗରେ ଯୁବ ପିଢ଼ିଙ୍କୁ ନିଯୁକ୍ତି ପତ୍ର ବାଣ୍ଟିବେ ସରକାର ।

କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ୩୪, ଅର୍ଥ ବିଭାଗର ୬୧, ଜଳସମ୍ପଦ ବିଭାଗର ୪୧୩, ଆଇନ ବିଭାଗର ୩୭, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର ୨୩, ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗର ୯୮୨ ଓ ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗର ୧୩୬ ଜଣଙ୍କୁ ମିଳିବ ନିଯୁକ୍ତି ପତ୍ର । ସେପଟେ ୨୭ ଟି ନୂଆ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହେବ । ଯାହା ୫୧ହଜାର ୮୨୬ରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ । ଏଥିରେ ୨୫ ହଜାର ୩୮୦କୋଟି ଟଙ୍କାର ପୁଞ୍ଜିନିବେଶ ରହିଛି ।ଓୟୁଏଟିରେ ହେବାକୁ ଥିବା ସ୍ବତନ୍ତ୍ର କାର୍ୟ୍ୟକ୍ରମରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଶିଳ୍ପ, ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ସ୍ବାଇଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼